Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ବିସ୍ତୃତ ନିର୍ବାଚନୀ ସୂଚୀ : ଚାରି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ
ଆଜିର ଖବର

ପ୍ରକାଶ ପାଇଲା ବିସ୍ତୃତ ନିର୍ବାଚନୀ ସୂଚୀ : ଚାରି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ

March 11, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
ls and assembly election date declared by ceo surendra kumar
ls and assembly election date declared by ceo surendra kumar

ଲୋକସଭା ନିର୍ବାଚନ ଓ ଦେଶର ୪ଟି ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍‌ ବାଜି ଗଲାଣି। ୨୦୧୯ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ ଆୟୋଗ ୫୪୩ ଲୋକସଭାରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଲୋକସଭା ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକକାଳୀନ ହେବ। ଏପ୍ରିଲ ୧୧, ୧୮, ୨୩ ଓ ୨୯ରେ ମତଦାନ ହେବ ଏବଂ ମେ ୨୩ରେ ଫଳାଫଳ ଘୋଷଣା ହେବ।  ତେବେ ରାଜ୍ୟ ନିର୍ବାଚନୀ ନେଇ ବିସ୍ତୃତ ନିର୍ବାଚନୀ ସୂଚୀ ପ୍ରକାଶ ପାଇଛି। ୨୧ ଲୋକସଭା ଓ ୧୪୭ ବିଧାନସଭା ପାଇଁ ସୂଚୀ ପ୍ରକାଶ ପାଇଛି।  ପ୍ରଥମ ପର୍ଯ୍ୟାୟ ଏପ୍ରିଲ୍‌ ୧୧ରେ ହେବାକୁ ଥିବା ୪ଟି ଲୋକସଭା ଆସନ ସହିତ ୨୮ଟି ବିଧାନସଭା ମଣ୍ଡଳୀରେ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକସଭା ଆସନରେ ମତଦାନ ହେବ। ସେହିପରି ପ୍ରଥମ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ମାର୍ଚ୍ଚ ୧୮ରେ ପ୍ରକାଶ ପାଇବ। ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ମାର୍ଚ୍ଚ ୨୪ ରହିଛି।  ଏପ୍ରିଲ ୧୮ରେ ହେବାକୁ ଥିବା ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ଟି ଲୋକସଭା ଆସନ ଓ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ୫ଟି ଲୋକସଭା ଆସନ ହେଉଛି ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା।  ଦ୍ଵିତୀୟ ପର୍ଯ୍ୟାୟ ଭୋଟର ବିଜ୍ଞପ୍ତି ମାର୍ଚ୍ଚ ୧୯ରେ ପ୍ରକାଶ ପାଇବ। ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ମାର୍ଚ୍ଚ ୨୬,  ନାମାଙ୍କନ ପତ୍ର ଯାଞ୍ଚ ମାର୍ଚ୍ଚ ୨୭ ଓ ନାମାଙ୍କନ ପ୍ରତ୍ୟାହାର କରିବାର ଶେଷ ତାରିଖ ମାର୍ଚ୍ଚ ୨୯ ରହିଛି।  ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍ ଏପ୍ରିଲ ୨୩ରେ ହେବ। ଏହି ପର୍ଯ୍ୟାୟରେ ୬ଟି ଲୋକସଭା ଆସନ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ଵର ପାଇଁ ମତଦାନ ହେବ। ଏହା ସହିତ ୪୨ଟି ବିଧାନସଭାରେ ମଧ୍ୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି- ମାର୍ଚ୍ଚ ୨୮ରେ ପ୍ରକାଶ ପାଇବ । ଏପ୍ରିଲ୍‌ ୪ ତାରିଖ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ଥିବାବେଳେ ନାମାଙ୍କନ ପତ୍ର ଯାଞ୍ଚ ପାଇଁ ଏପ୍ରିଲ୍‌ ୫ ତାରିଖ ଓ ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ଏପ୍ରିଲ୍‌ ୮ ତାରିଖ ରଖାଯାଇଛି । ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୯ରେ ଅନୁଷ୍ଠିତ ହେବ ।  ଏଥିରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନରେ ମତଦାନ ହେବ। ଏହି ଲୋକସଭା ଆସନ ହେଉଛି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର। ଏହି ପର୍ଯ୍ୟାୟର ବିଜ୍ଞପ୍ତି ତାରିଖ- ଏପ୍ରିଲ ୨ ତାରିଖ ରଖାଯାଇଛି ।

odishaceo thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.