Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରାମାଞ୍ଚଳ ଭୂମିହୀନମାନଙ୍କୁ ଘରଡିହ ପ୍ରଦାନ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଆଜିର ଖବର

ଗ୍ରାମାଞ୍ଚଳ ଭୂମିହୀନମାନଙ୍କୁ ଘରଡିହ ପ୍ରଦାନ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

June 17, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଗ୍ରାମାଞ୍ଚଳର ସମସ୍ତ ଗରିବ ପରିବାରଙ୍କ କଚ୍ଚା ଘରକୁ ପକ୍କାଘରରେ ପରିଣତ କରିବା ପାଇଁ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ କରାଯାଇଛି । ବିଗତ 5 ବର୍ଷ ମଧ୍ୟରେ 26 ଲକ୍ଷ 18 ହଜାର 497 ପକ୍କା ଘର ନିର୍ମାଣ ପୂର୍ଣ୍ଣାଙ୍ଗ ହୋଇଥିବା ନେଇ ସୂଚନା ପ୍ରଦାନ କରାଯାଇଥିଲା । ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଗ୍ରାମୀଣ ଗୃହ ନିର୍ମାଣ ବୈଠକରେ ଏହି ସୂଚନା ପ୍ରଦାନ କରାଯାଇଛି ।

ଲୋକସେବା ଭବନରେ ଅନୁଷ୍ଠିତ ପଞ୍ଚାୟତ ଓ ପାନୀୟ ଜଳ ଯୋଗାଣ ପ୍ରମୁଖ ସଚିବ ଦେଓ ରଞ୍ଜନ କୁମାର ସିଂ ଏହି ଆଲୋଚନାରେ ଉପସ୍ଥିତ ଥିଲେ । ଏହା ସହିତ ଭୂମିହୀନ ପରିବାରକୁ ଜମି ଯୋଗାଇ ଦେବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରୀପାଠୀ ନିର୍ଦ୍ଦେଶ ଦେଇଛନ୍ତି । ଭୂମିହୀନ ଦରିଦ୍ର ଲୋକଙ୍କୁ ଜମି ପ୍ରଦାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଆବଶ୍ୟକ ପଡିଲେ ନିୟମରେ ସଂଶୋଧନ କରିବା ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଜଙ୍ଗଲ ଓ ପରିବେଶ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ମାସରେ 8069 ଜଣ ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇଥିବା ବେଳେ 57257 ଜଣ ଏହି ତାଲିକାରେ ଅଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, 2014-15 ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ 26 ଲକ୍ଷ 18 ହଜାର 497 କଚ୍ଚା ଘରକୁ ପକ୍କା କରାଯାଇଛି । ଏହି ତାଲିକାରେ ଅତିରିକ୍ତ ଭାବରେ 8 ଲକ୍ଷ 6 ହଜାର 329ଟି ଘର ପ୍ରଦାନ କରାଯିବ । ଏହା ମଧ୍ୟରୁ 3,57,408ଟି ଘରର ନିର୍ମାଣ କାର୍ଯ୍ୟ ଚାଲୁ ରହିଛି । ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଡ. ମୋନା ଶର୍ମା, ସ୍ବତନ୍ତ୍ର ପ୍ରକଳ୍ପ ସମୂହ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ ଏବଂ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ଶାସନ ସଚିବ ଅଭୟ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ୧୬ ତାରିଖ ମଧ୍ୟରେ ସବୁଠାରୁ ଶସ୍ତା ବିମାନ ଟିକେଟ୍ କ’ଣ?: ଜାଣନ୍ତୁ ତାଲିକା

August 10, 2026

ନବୋଦୟ ବିଦ୍ୟାଳୟ ଷଷ୍ଠ ଶ୍ରେଣୀରେ ନାମ ଲେଖା ପାଇଁ ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

August 10, 2026

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ

August 10, 2026

ମେଟଲ୍‌ ମିଟ୍‌-୨୦୨୬: ଇଂରାଜୀ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ତରଫରୁ କ୍ୟୁଜ ପ୍ରତିଯୋଗୀତା

August 10, 2026
Latest News

ଆଜିଠାରୁ ୧୬ ତାରିଖ ମଧ୍ୟରେ ସବୁଠାରୁ ଶସ୍ତା ବିମାନ ଟିକେଟ୍ କ’ଣ?: ଜାଣନ୍ତୁ ତାଲିକା

August 10, 2026

ନବୋଦୟ ବିଦ୍ୟାଳୟ ଷଷ୍ଠ ଶ୍ରେଣୀରେ ନାମ ଲେଖା ପାଇଁ ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

August 10, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଶରଦ ପାୱାରଙ୍କ ସାଂସଦ: ସୁପ୍ରିୟା ସୁଲେ ମଧ୍ୟ ସାମିଲ

August 10, 2026

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ

August 10, 2026

ମେଟଲ୍‌ ମିଟ୍‌-୨୦୨୬: ଇଂରାଜୀ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ତରଫରୁ କ୍ୟୁଜ ପ୍ରତିଯୋଗୀତା

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.