ରାଜ୍ୟରୁ ଆଉ ଏକ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

Published: Jun 20, 2020, 11:50 am IST

ଭୁବନେଶ୍ବର : ରାଜ୍ୟରୁ କରୋନା ଯୋଗୁଁ ଆଉ ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ମୃତକ ଜଣକ ପୁରୀ ଜିଲ୍ଲାର ଓ ତାଙ୍କ ବୟସ ୬୦ ବର୍ଷ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଥିବାବେଳେ ଗଞ୍ଜାମରୁ ସର୍ବାଧିକ ୬ ଜଣ ଓ କଟକରୁ ଜଣେ କରୋନା ଯୋଗୁଁ ମୃତ୍ୟୁ ବରଣ କରିଛନ୍ତି।  ସେହିପରି ଅନ୍ୟ ତିନି ଜଣ କରୋନାରେ ଆକ୍ରାନ୍ତ ହୋଇ ମଧ୍ୟ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବାର ସୂଚନା ରହିଛି।

Related posts