ଆଜି ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ : କଟକରୁ ସର୍ବାଧିକ

Published: Jun 20, 2020, 4:23 pm IST

ଭୁବନେଶ୍ବର : ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସ୍ବାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ 237 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି କଟକରୁ ସର୍ବାଧିକ 70 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ 54, ଜଗତସିଂହପୁରରୁ 20, କନ୍ଧମାଳରୁ 19 ଜଣ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ 17, ଭଦ୍ରକ  ଓ ମୟୂରଭଞ୍ଜରୁ 9 ଲେଖାଏଁ ସୁସ୍ଥ ହୋଇଛନ୍ତି । କେନ୍ଦୁଝରରୁ 8, ଢେଙ୍କାନାଳର ଓ ପୁରୀରୁ ସାତ ଜଣ ଲେଖାଏଁ ରହିଛନ୍ତି । କେନ୍ଦ୍ରାପଡା ଓ ନୟାଗଡରୁ 4 ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । କଳାହାଣ୍ଡି, ମାଲକାନଗିରି, ସମ୍ବଲପୁରରୁ 2 ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ବୌଦ୍ଧ, ଝାରସୁଗୁଡା,ସୁନ୍ଦରଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା 3534କୁ ବୃଦ୍ଧି ହୋଇଛି ।

Related posts