ଅଣାୟତ୍ତ କରୋନା : ଦେଶରେ 4 ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

Published: Jun 21, 2020, 9:51 am IST

ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ ବଢି ଚାଲିଛି କରୋନା ମାମଲା । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 4 ଲକ୍ଷ ଟପିଛି । ଦେଶରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା 4 ଲକ୍ଷ 10 ହଜାର 461କୁ ବୃଦ୍ଧି ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 13 ହଜାର 254ରେ ପହଞ୍ଚିଲାଣି । ଦେଶରେ ଏଯାବତ୍‌ 1 ଲକ୍ଷ 69 ହଜାର 451 ଜଣ ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ସୁସ୍ଥ ହେଲେଣି 2 ଲକ୍ଷ 27 ହଜାର 756 ଜଣ ।  କେନ୍ଦ୍ର ସ୍ବାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍‌ଟାରେ 15 ହଜାର 413 ଆକ୍ରାନ୍ତ ରହିଥିବାବେଳେ 306 ଜଣଙ୍କର ମୃତ୍ୟୁ ହୋଇଛି ।

ସେହିପରି ଦେଶରେ ସର୍ବାଧିକ କରୋନା ମାମଲା ମହାରାଷ୍ଟ୍ରରୁ ହିଁ ଆସିଛି । ମହାରାଷ୍ଟ୍ରରେ ସର୍ବାଧିକ 1 ଲକ୍ଷ 28 ହଜାର 205 ଜଣ ଆକ୍ରାନ୍ତ ରହିଥିବାବେଳେ 5984ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଦିଲ୍ଲୀରୁ 2112, ଗୁଜୁରାଟରୁ 1638 ଓ ତାମିଲନାଡରୁ 704 ଜଣଙ୍କର ମୃତ୍ୟୁ ହୋଇଛି । ପଶ୍ଚିମବଙ୍ଗ – 540 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଉତ୍ତରପ୍ରଦେଶରେ 507, ମଧ୍ୟପ୍ରଦେଶରେ 501 ଜଣଙ୍କର ମୃତ୍ୟୁ ଘଟିଛି । (ଏଜେନ୍ସି)

Related posts