
ଭୁବନେଶ୍ବର : ରାଜ୍ୟରେ ଆଜି 143 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 137ଜଣ ଚିହ୍ନଟ ହୋଇଥିବାବେଳେ 6ଟି ଲୋକାଲ କେସ୍ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 5,303କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 1562। ସେହିପରି ସୁସ୍ଥ ହୋଇଛନ୍ତି 3720 ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 14ଜଣ । ସେହିପରି 5 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।