
ପୁରୀ : ରଥଯାତ୍ରା ପାଇଁ ପୁରୀ ଜିଲ୍ଲାକୁ ସଟ୍ଡାଉନ୍ ଘୋଷଣା କରାଯାଇଛି। ଆଜି ରାତି 9ଟାରୁ ବୁଧବାର ଦିନ 2ଟା ପର୍ଯ୍ୟନ୍ତ ସଟ୍ଡାଉନ୍ ଘୋଷଣା କରାଯାଇଛି । କର୍ଫ୍ୟୁ ଭଳି କଟକଣା ରହିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ। ପୁରୀ ସହରର ସବୁ ପ୍ରବେଶ ପଥକୁ ସିଲ୍ କରାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ 50 ପ୍ଲାଟୁନ୍ ପୋଲିସ୍ ଉପସ୍ଥିତ ରହିବେ ବୋଲି ସୂଚନା ଦେଇଛନ୍ତି ଡିଜିପି । ଅତି ଆବଶ୍ୟକ ନଥିଲେ କାହାକୁ ସହର ଭିତରକୁ ଛଡା ଯିବନି।
ସୂଚନାଯୋଗ୍ୟ, କେବଳ ପୁରୀ ରଥଯାତ୍ରାକୁ ଅନୁମତି ଦେଇଛନ୍ତି ସୁପ୍ରିମ୍କୋର୍ଟ । ଏକାଧିକ ସର୍ତ୍ତ ସହିତ ରଥଯାତ୍ରା କରିବାକୁ ଅନୁମତି ଦିଆଯାଇଛି । ବିନା ଭକ୍ତରେ ରଥଯାତ୍ରା କରାଯାଇପାରିବ। ରଥଯାତ୍ରାକୁ ନେଇ ସୁପ୍ରିମ୍କୋର୍ଟଙ୍କ ଗ୍ରୀନ୍ ସିଗନାଲ୍ ମିଳିବା ପରେ ରଥଯାତ୍ରା ପାଇଁ ଅନୁମତି ପରେ ପୁରୀ ଭକ୍ତ ନିବାସଠାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁ୍ଷ୍ଠିତ ହୋଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଡିଜିପି ପ୍ରମୁଖ ଉପସ୍ଥିତ ରହିଛନ୍ତି। ଏତଦ୍ବ୍ୟତୀତ ପରିଚାଳନା କମିଟି କାର୍ଯ୍ୟକାରୀ ଅଧ୍ୟକ୍ଷ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ, ଏଡିଜି କ୍ରାଇମ୍ବ୍ରାଞ୍ଚ, କେନ୍ଦ୍ରାଞ୍ଚଳ ଡିଆଇଜି ମଧ୍ୟ ଉପସ୍ଥିତ ରହିଥିଲେ। ରଥଯାତ୍ରା ପାଇଁ ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ।