ଭୁବନେଶ୍ବର: ଓଡିଶାରେ ପୁଣି ହେବ ଆଣ୍ଟିବଡ଼ି ଟେଷ୍ଟ । ଏଥିପାଇଁ ଆଇସିଏମଆର ଦ୍ୱାରା ଅନୁମୋଦିତ ଆଣ୍ଟିବଡ଼ି ଟେଷ୍ଟ କିଟ୍ ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚିବ । ତେବେ ଏ ଯାଏଁ ଓଡିଶାରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ। ଘରକୁ ଘର ହେଉଥିବା ସର୍ଭେରେ ଆଣ୍ଟିବଡ଼ି ଟେଷ୍ଟ କିଟ୍ ବ୍ୟବହାର କରାଯିବ ବୋଲି କହିଛନ୍ତି ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା । ତେବେ ଆସନ୍ତାକାଲି ଓଡ଼ିଶାରେ କିଭଳି ଟେଷ୍ଟିଂ କରାଯିବ ସେ ନେଇ ଏକ ଯୋଜନା ପ୍ରସ୍ତୁତ ହେବ ବୋଲି ସେ କହିଛନ୍ତି । ଏବେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସେମାନେ ସଂଗରୋଧ ଓ କୋଭିଡ୍ ଯୋଦ୍ଧା। ତେଣୁ ଓଡ଼ିଶାରେ ଆଲାର୍ମିଂ ପରିସ୍ଥିତି ନାହିଁ। କରୋନା ନେଇ ଓଡ଼ିଶାରେ ଆଲାର୍ମିଂ ପରିସ୍ଥିତି ନାହିଁ ବୋଲି କହିଛନ୍ତି ଆଇଏଲ୍ଏସ୍ ନିର୍ଦ୍ଦେଶକ ଅଜୟ ପରିଡା । ତେବେ ସଚେତନ ରହିବାକୁ ପଡିବ ବୋଲି କହିଛନ୍ତି ଆଇଏଲ୍ଏଲସ ନିର୍ଦ୍ଦେଶକ ଅଜୟ ପରିଡା ।