Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥଯାତ୍ରାକୁ ନେଇ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ, ଥାନାରେ ମାମଲା, ୩ ଅଟକ
ଆଜିର ଖବର

ରଥଯାତ୍ରାକୁ ନେଇ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ, ଥାନାରେ ମାମଲା, ୩ ଅଟକ

June 24, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ରଥଯାତ୍ରାକୁ ନେଇ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେବା ପରେ ସମଗ୍ର ଜଗନ୍ନାଥ ପ୍ରେମୀ ମହଲରେ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି। କୋଭିଡ-୧୯ ପରିପ୍ରେକ୍ଷୀରେ ସମଗ୍ର ରାଜ୍ୟରେ ରଥଯାତ୍ରା ପାଇଁ ନାନା କଳ୍ପନା ଜଳ୍ପନା ଜାରିରହିଥିବା ବେଳେ କୋଟୀ କୋଟୀ ଜଗନ୍ନାଥ ପ୍ରେମୀ ଉଦବେଗର ସହିତ ମାନ୍ୟବର ସୁପ୍ରିମ କୋର୍ଟ ରାୟକୁ ଅପେକ୍ଷା କରିରହିଥିଲେ। ସେସମୟରେ କଳାହାଣ୍ଡି ନ୍ୟୁଜ ନାମକ ହ୍ୱାଟସଆପ ଗ୍ରୁପରେ ପିଂଟୁ ନାମକ ଜଣେ ଯୁବକ ରଥଯାତ୍ରାକୁ ନେଇ ଅଶାଳୀନ ମନ୍ତବ୍ୟ ଦେଇଥିଲେ।

ଏଭଳି ମନ୍ତବ୍ୟ କଦାପି ସଭ୍ୟ ସମାଜକୁ ଗ୍ରହଣୀୟ ନୁହେଁ ଏବଂ ଏହା ସାଢେ ଚାରିକୋଟୀ ଓଡିଆଙ୍କ ଆଧ୍ୟତ୍ମିକ ଭାବନାକୁ ଆଘାତ କରିଥିବା ଅଭିଯୋଗ କରାଯାଇଥିଲା।  ଏଭଳି ଆପତ୍ତିଜନକ ମନ୍ତବ୍ୟ ପ୍ରଦାନ କରିଥିବା ବ୍ୟକ୍ତି ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କଳାହାଣ୍ଡି ଭାଜପା ଯୁବମୋର୍ଚ୍ଚା ସାଧାରଣ ସଂପାଦକ ମୁକେଶ ଅଗ୍ରୱାଲ ଏବଂ ଉପସଭାପତି ହିମାଂଶୁ ପଣ୍ଡା ଭବାନୀପାଟଣା ଟାଉନ ଥାନାରେ ଅଭିଯୋଗ ଦାଖଲ କରିଥିଲେ। ସେହିପରି କୋକସରା ହିନ୍ଦୁ ସଙ୍ଗଠନର ଗୋଦାବରୀଶ ପାତ୍ର ଏବଂ ଜନ୍ମେଜୟ ଦାସ ଏହି ଅଶାଳୀନ ମନ୍ତବ୍ୟ ପୋଷ୍ଟ କରିଥିବା ବ୍ୟକ୍ତିକୁ ଆଇନ ଅନୁସାରେ ଦଣ୍ଡିତ କରିବାକୁ କୋକସରା ଥାନାରେ ଏକ ମାମଲା ଦାଏର କରିଥିଲେ।

ଏସଂପର୍କରେ କୋକସରା ଥାନାରେକେଶ ନଂ.୧୨୪/୨୦ ଦଫା ୧୫୩/୫୦୦/୨୯୫/୨୯୫(ଏ)/୫୦୬/୩୪ ଆଇପିସି ଏବଂ ୬୬ (ଏ) ଆଇଟି ଆକ୍ଟ ଅନୁସାରେ ଏକ ମାମଲା ରୁଜ୍ଜୁ କରାଯାଇ ଅନୁସନ୍ଧାନ କରୁଥିବା କୋକସରା ଆଇଆଇସି ବାସୁଦେବ ଛତ୍ରୀଆ ପ୍ରକାଶ କରିଛନ୍ତି। ଘଟଣାର ଅନୁସନ୍ଧାନ କରାଯାଇ ଅଶାଳୀନ ମନ୍ତବ୍ୟ ପୋଷ୍ଟ କରିଥିବା ଟେମରା ପଂଚାୟତ ଅନ୍ତର୍ଗତ କର୍ଲାଗୁଡା ଗ୍ରାମର ପିଂଟୁ ଓରଫ ଦେବେନ୍ଦ୍ର ଛତ୍ରୀଆ ( ବୟସ ୧୭ ବର୍ଷ ୯ ମାସ ) ଏବଂ କଳାହାଣ୍ଡି ନ୍ୟୁଜ ହ୍ୱାଟସଆପ ଗ୍ରୁପର ଆଡମିନ ଥିବା ଚାରବାହାଲ ଗ୍ରାମର ସୁବଳ ସିଂ ( ୨୦) ତଥା ସୂରଜ ସିଂ ( ୧୬) କୁ କୋକସରା ଥାନାରେ ଅଟକ ରଖାଯାଇ ତଦନ୍ତ ଜାରି ରହିଥିବା ପୋଲିସ ସୂତ୍ରରୁ ପ୍ରକାଶ। ନାବାଳକ ମାନେ ଏଭଲି ଭାବେ ହ୍ୱାଟସଆପ ଗ୍ରୁପ ମାଧ୍ୟମରେ ଜଗନ୍ନାଥଙ୍କ ଉପରେ ଅଶାଳୀନ ମନ୍ତବ୍ୟ ଦେଉଥିବା ଘଟଣାକୁ ବୁଦ୍ଧିଜୀବି ମହଲରେ ସହଜରେ ଗ୍ରହଣୀୟ ହୋଇପାରୁନାହିଁ।

ଅଶାଳୀନ ମନ୍ତବ୍ୟ କଳାହାଣ୍ଡି ଜିଲ୍ଲା ରଥଯାତ୍ରା ସୋସିଆଲ ମିଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.