ରାଜ୍ୟରୁ ଆଉ ଏକ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା 18କୁ ବୃଦ୍ଧି

Published: Jun 27, 2020, 10:52 am IST

ଭୁବନେଶ୍ବର :  କରୋନା ଯୋଗୁଁ ରାଜ୍ୟରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର 68 ବର୍ଷୀୟ ପୁରୁଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗର ମଧ୍ୟ ଶିକାର ହୋଇଥିଲେ ବୋଲି ସୂଚନା ଦେଇଛି ସ୍ବାସ୍ଥ୍ୟବିଭାଗ । ଏବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 18କୁ ବୃଦ୍ଧି ହୋଇଛି । ସେହିପରି ଅନ୍ୟ 7 ଜଣ କରୋନା ଆକ୍ରାନ୍ତ ହୋଇ ମଧ୍ୟ ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟରେ ନୂତନ 170 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 6ହଜାର350କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 1903 ଜଣ। ସେହିପରି ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ରହିଛି 4432 ଜଣ।

Related posts