
କଟକ : କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ଆଉ 6 କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସିଡିଏମ୍ଓ ସତ୍ୟବ୍ରତ ଛୋଟରାୟ ସୂଚନା ଦେଇଛନ୍ତି । ଏହି 6 ଆକ୍ରାନ୍ତଙ୍କ ମଧ୍ୟରେ 4ଜଣ କ୍ୟାନସର ରୋଗୀ ରହିଥିବାବେଳେ ଜଣେ ଆଟେଣ୍ଡାଣ୍ଟ ଓ ଅନ୍ୟ ଜଣେ ଆକ୍ରାନ୍ତ ଆହାର କେନ୍ଦ୍ର କର୍ମଚାରୀ ହୋଇଥିବାର ସୂଚନା ରହିଛି । ପୂର୍ବରୁ ହସ୍ପିଟାଲରୁ 3 ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଗତକାଲି ଦୁଇ ଜଣ ନର୍ସ ଚିହ୍ନଟ ହୋଇଥିବାବେଳେ ପୂର୍ବରୁ ଜଣେ ରୋଗୀ ପଜିଟିଭ୍ ଚିହ୍ନଟ ହୋଇଥିଲେ ।