ରାଜ୍ୟରୁ ଆଜି 251 ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 7 ହଜାର 316କୁ ବୃଦ୍ଧି

Published: Jul 1, 2020, 10:52 am IST

ଭୁବନେଶ୍ବର : ରାଜ୍ୟରେ ଆଜି 251 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 208ଜଣ ଚିହ୍ନଟ ହୋଇଥିବାବେଳେ 43ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 7 ହଜାର 316କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 2ହଜାର 94 ଜଣ । ସେହିପରି ସୁସ୍ଥ ହୋଇଛନ୍ତି 5 ହଜାର 189ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 25ଜଣ । ସେହିପରି7ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Related posts