Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ 13 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଆଜି ଭୁବନେଶ୍ବରରୁ 13 ପଜିଟିଭ୍‌ ଚିହ୍ନଟ

July 2, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ପୁଣି 13 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହି 13 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ହୋମ୍‌ କ୍ବାରେଣ୍ଟଇନ୍‌ରୁ 8 ଜଣ ଥିବାବେଳେ ଲୋକାଲ୍‌ କେସ୍‌ 5ଟି ରହିଛି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

ହୋମ୍‌କ୍ବାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଟଙ୍କପାଣି ରୋଡ୍‌, ରାଜାରାଣୀ ମନ୍ଦିର ପୂର୍ବ ସଂକ୍ରମିତଙ୍କଠାରୁ ତିନି ଜଣ ସଂକ୍ରମିତ ହୋଇଥିବାର ସୂଚନା ରହିଛି । ଏହି ତିନିଜଣଙ୍କ ମଧ୍ୟରେ 24 ବର୍ଷୀୟ ଯୁବକ ଥିବାବେଳେ ଜଣେ 28 ବର୍ଷୀୟା ଯୁବତୀ ରହିଛନ୍ତି, ସେହିପରି 32 ବର୍ଷୀୟ ବ୍ୟକ୍ତି ରହିଛନ୍ତି । ଟଙ୍କପାଣି ରୋଡ୍‌ରୁ ଅନ୍ୟ ଦୁଇଜଣ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 44 ବର୍ଷୀୟ ପୁରୁଷ ଥିବାବେଳେ 30 ବର୍ଷୀୟ ମହିଳା ଥିଲେ । ନୂଆଗାଁଠାରୁ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦୁହେଁ ପୁରୁଷ ହୋଇଥିବାବେଳେ ଦୁହିଁଙ୍କ ବୟସ ଯଥାକ୍ରମେ 30 ଓ 32 ବର୍ଷ । ସେହିପରି ୟୁନିଟ୍‌ 1ରୁ ଜଣେ 25 ବର୍ଷୀୟ ଯୁବକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ନିକଟରେ ବାଙ୍ଗାଲୋରରୁ ଫେରିଥିବାର ସୂଚନା ରହିଛି ।

ସେହିପରି 5ଟି ଲୋକାଲ୍‌ କେସ୍‌ ମଧ୍ୟରେ ଖଣ୍ଡଗିରି ଶରଧପାଲି ବସ୍ତିରୁ ଜଣେ 21ବର୍ଷୀୟ ଯୁବତୀ ଚିହ୍ନଟ ହାଇଛନ୍ତି । ସେ ନିକଟରେ ଯାଜପୁର ଜିଲ୍‌ଲା ଯାତ୍ରା କରିଥିବାର ସୂଚନା ରହିଛି । ସେହିପରି ଓଲ୍ଡ ଟାଉନ୍‌, ଭୀମଟାଙ୍କି ରୋଡ୍‌ରୁ ଜଣେ 32 ବର୍ଷୀୟ ଯୁବକ ଚିହ୍ନଟ ହୋଇଛନ୍ତି । ସାଲିଆ ସାହି ଜଣେ 55 ବର୍ଷୀୟ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ବ୍ୟକ୍ତି ଜଣ ରେଲ୍‌ଓ୍ବେ କର୍ମଚାରୀ ବୋଲି ସୂଚନା ରହିଛି। ନୀଳାଦ୍ରିବିହାର ଅଞ୍ଚଳରୁ ଜଣେ 57 ବର୍ଷୀୟ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଆଉ ଜଣେ ଜୟଦେବ ବିହାରରୁ 18 ବର୍ଷୀୟା ଯୁବତୀ ଚିହ୍ନଟ ହୋଇଛନ୍ତି ।

Image

ସେହିପରି ଆଜି ଭୁବନେଶ୍ବର ସହରରୁ 9 ଜଣ ସୁସ୍ଥ ହୋଇଛନ୍ତି । ଆଜି ନୂତନ 13 ପଜିଟିଭ୍‌ ପରେ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 345ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 201 ଜଣ । ସେହିପରି 4 ଜଣଙ୍କର ମୃତ୍ୟୁ ଘଟିଥିବାବେଳେ 139 ଜଣ ଏବେ ବି ସକ୍ରିୟ ରହିଛନ୍ତି ।

bhubaneswar corona
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.