ରାଜ୍ୟରେ ଅଢେଇ ଲକ୍ଷରୁ ଅଧିକ କୋଭିଡ ପରୀକ୍ଷା ହେଲାଣି, ନିୟମ ଭଙ୍ଗ ପାଇଁ 24 ଘଣ୍ଟାରେ 13ଟି ମାମଲା

Published: Jul 2, 2020, 11:15 pm IST

ଭୁବନେଶ୍ବର, ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨ଲକ୍ଷ ୭୪ ହଜାର ୬ ଶହ ୭୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୭,୫୪୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୫୫୦୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ମୋଟ ୧୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେହିପରି ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୨୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ବର୍ତ୍ତମାନ ସୁଦ୍ଧା୨,୦୦୮ ରହିଛି । ବର୍ତ୍ତମାନ ସୁଦ୍ଧା ୨,୧୫୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି।

ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଜୁଲାଇ ୧ରୁ ଜୁଲାଇ ୨ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୩ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୯ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୩ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୧୯ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ।

Related posts