ସମ୍ବଲପୁର : ସମ୍ବଲପୁର ଭିସୁଟ୍ର 4 ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ରହିଛି । ପୂର୍ବରୁ ଆକ୍ରାନ୍ତ ଜଣେ ଅଧ୍ୟାପିକାଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବାର ସୂଚନା ରହିଛି । ସମ୍ପୃକ୍ତ ଅଧ୍ୟାପିକାଙ୍କ ସ୍ବାମୀଙ୍କ କରୋନାରେ ମୃତ୍ୟୁ ଘଟିଥିଲା । ସ୍ବାମୀଙ୍କ ମୃତ୍ୟୁ ପରେ ଅଧ୍ୟାପିକାଙ୍କ ନମୁନା ବି ପଜିଟିଭ୍ ଆସିଥିଲା । ଅଧ୍ୟାପିକା ପଜିଟିଭ୍ ଆସିବାରୁ ଭିସୁଯ୍ କର୍ମଚାରୀଙ୍କ ସ୍ବାବ୍ ନିଆଯାଇଥିଲା । ସଂଗୃହୀତ 60 ସ୍ବାବ୍ରୁ 4 ଜଣଙ୍କ ନମୁନା ପଜିଟିଭ୍ ଆସିଥିବା ସୂଚନା ରହିଛି । ଭିସୁଟ୍ର 4 କର୍ମଚାରୀ ସଂକ୍ରମିତ ନେଇ ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।
ସୂଚନାଯୋଗ୍ୟ, ଭିସୁଟ୍ରେ କରୋନା ସଂକ୍ରମିତ ମାମଲା ଆସିବା ପରେ ଭିସୁଟ୍କୁ ଆସନ୍ତା 11 ତାରିଖ ଯାଏଁ ବନ୍ଦ କରାଯିବା ନେଇ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି । ସେହିପରି ସମସ୍ତ କର୍ମଚାରୀଙ୍କୁ ହେଡ୍ କ୍ବାର୍ଟର ନ ଛାଡିବାକୁ ନିର୍ଦ୍ଦେଶ ରହିଛି । ନିୟମ ଉଲ୍ଲଂଘନ କଲେ ଶୃଙ୍ଖାଗତ କାର୍ଯ୍ୟାନୁଷ୍ଠାନ ସହ ଜରିମାନା ଆଦାୟ କରାଯିବ ବୋଲି ସୂଚନା ରହିଛି । ହେଡ୍କ୍ବାର୍ଟର ବାହାରେ କର୍ମଚାରୀ ଥିଲେ ସେମାନେ ଫେରିବା ପରେ ହୋମ୍ କ୍ବାରେଣ୍ଟିନ୍ରେ ରହିବାକୁ ନିର୍ଦ୍ଦେଶ ରହିଛି ।