
ଭୁବନେଶ୍ବର : ଚଳିତ ବର୍ଷ ବୋଲବମ୍ ଯାତ୍ରାକୁ ବନ୍ଦ କଲେ ରାଜ୍ୟ ସରକାର । କରୋନା ପାଇଁ ଚଳିତ ବର୍ଷ ବୋଲବମ୍ ଯାତ୍ରା ବନ୍ଦ । ବୋଲବମ୍ ଯାତ୍ରା ବନ୍ଦ ନେଇ ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ଆୟୋଜିତ ଏକ ପ୍ରେସ୍ମିଟ୍ରେ ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଏନେଇ ସୂଚନା ଦେଇଛନ୍ତି । ଭିଡ ହେବା ଦୃଷ୍ଟିରୁ ଓ ମନ୍ଦିର ବନ୍ଦ ଥିବାରୁ ବୋଲବମ ବନ୍ଦ କରାଯିବାକୁ ନିର୍ଦ୍ଦେଶ ଜାରି କରାଯାଇଛି । କୌଣସି ଭକ୍ତଙ୍କୁ ବୋଲବମ୍ ଯାତ୍ରାରେ ନଯିବାକୁ ସରକାର ତାଗିଦ୍ କରିଛନ୍ତି ।
ଆସନ୍ତା କାଲିଠାରୁ ବୋଲବମ୍ ଯାତ୍ରା ଆରମ୍ଭ ହୋଇଥାନ୍ତା । ଶ୍ରାବଣ ମାସରେ ଶ୍ରଦ୍ଧାଳୁମାନେ ଖାଲି ପାଦରେ ଚାଲି ଚାଲି ଶୈବ ପୀଠଗୁଡିକରେ ଜଳଲାଗି କରିଥାନ୍ତି। କିନ୍ତୁ ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜୁଲାଇ 31 ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିଥିବାବେଳେ ଭିଡ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ବୋଲବମ୍ ଯାତ୍ରାକୁ ବନ୍ଦ କରିଛନ୍ତି ।