Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ କଟକରେ ହେବ ଆଣ୍ଟିଜେନ ଟେଷ୍ଟ, କାଲିଠାରୁ ଗଞ୍ଜାମରେ ଘର ଘର ବୁଲି ସ୍କ୍ରିନିଂ
ଆଜିର ଖବର

ଆଜିଠାରୁ କଟକରେ ହେବ ଆଣ୍ଟିଜେନ ଟେଷ୍ଟ, କାଲିଠାରୁ ଗଞ୍ଜାମରେ ଘର ଘର ବୁଲି ସ୍କ୍ରିନିଂ

July 7, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

କଟକ: ଆଜିଠାରୁ କଟକ ଓ ଗଞ୍ଜାମରେ ହେବ ଆଣ୍ଟିଜେନ ଟେଷ୍ଟ। କଟକ ଏସ୍‌ସିବି ଓ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ସମସ୍ତ ରୋଗୀଙ୍କର କୋଭିଡ୍ ଟେଷ୍ଟ କରାଯିବ। ପରୀକ୍ଷା ପରେ ହିଁ ନୂଆ ରୋଗୀଙ୍କୁ ଏସ୍‌ସିବି ଓ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ଆଡମିଶନ କରାଯିବ।

କଟକ ଓ ଏହି ସହରର ୩ଟି ପ୍ରମୁଖ ହସ୍ପିଟାଲ ଏସ୍‌ସିବି, ଆଚାର୍ଯ୍ୟ ହରିହର କ୍ୟାନସଲ ହସ୍ପିଟାଲ ଓ ଶିଶୁ ଭବନରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିଲା । ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ରବିବାର ଏହି ନିଷ୍ପତ୍ତି ନିଆଯାଇଥିଲା ।

ରାଜ୍ୟରେ 5 ହଜାର ଆଣ୍ଟିଜେନ କିଟ୍ ମଧ୍ୟ ପହଞ୍ଚି ଯାଇଛି। ଆଣ୍ଟିଜେନ କିଟ୍ ଜରିଆରେ କରୋନା ସଂକ୍ରମଣ ହୋଇଛି କି ନାହିଁ, ତାହା ଶୀଘ୍ର ଜଣାପଡ଼ିବ । ଅଳ୍ପ ଦିନ ଭିତରେ ଆଉ ୨୦ ହଜାର ଆଣ୍ଟିଜେନ କିଟ୍ ଆସିବ ବୋଲି ସୂଚନା ମିଳିଛି।

କଟକ ମହାନଗର ନିଗମରେ ମୋଟ 193 ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ସୁସ୍ଥ ହେଲାଣି 22ଜଣ । ଜଣକର ମୃତ୍ୟୁ ହୋଇଛି।

ସେହିପରି ଗଞ୍ଜାମ ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ରହିଥିବାବେଳେ ସର୍ବାଧିକ କରୋନା ମୃତ୍ୟୁ ମଧ୍ୟ ଏହି ଜିଲ୍ଲାରେ ହୋଇଛି । ଏଥିପାଇଁ ଏଠାରେ ଡୋର୍‌ ଟୁ ଡୋର୍‌ ସ୍କ୍ରିନଂ ହେବ ବୋଲି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ।ଏଥିପାଇଁ 200 ଜଣିଆ ଟିମ୍‌ ଗଠନ ହୋଇଛି ।

ରାପିଡ୍ ଆଣ୍ଟିଜେନ ଟେଷ୍ଟ କିଟ୍ ଗଞ୍ଜାମରେ ପହଞ୍ଚିଥିବା ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଜିଲ୍ଲା ପ୍ରଶାସନ । ତେଣୁ ଗାଇଡଲାଇନ୍ସ ଅନୁସାରେ ଆଜିଠୁ ଗଞ୍ଜାମରେ ଆଣ୍ଟିଜେନ ଟେଷ୍ଟ ହେବା ନେଇ ସୂଚନା ଦିଆଯାଇଛି। ଆସନ୍ତାକାଲିଠୁ ସହରାଞ୍ଚଳରେ ଘର ଘର ବୁଲି ସ୍କ୍ରିନିଂ କରାଯିବ । ତେବେ କେଉଁ ଅଞ୍ଚଳରେ ସ୍କ୍ରିନିଂ ହେବ ତାହା ସମ୍ପର୍କରେ ଆଜି ପ୍ରଶାସନ ଘୋଷଣା କରିବ ବୋଲି ସୂଚନା ରହିଛି ।

 

କଟକ ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026

ଦିଘାସ୍ଥିତ ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ସାଂସଦ

June 10, 2026
Latest News

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

ଆଜି ଦିଲ୍ଲୀରେ ଏନଡିଏ ବୈଠକ: ଯୋଗଦେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026

ଦିଘାସ୍ଥିତ ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ସାଂସଦ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.