ଆଜି ରାଜ୍ୟରେ କରୋନା ନେଲା 6 ଜୀବନ : ମୃତ୍ୟୁ ସଂଖ୍ୟା 48କୁ ବୃଦ୍ଧି

Published: Jul 8, 2020, 10:50 am IST

ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି 6ଟି ମୁଣ୍ଡ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ତିନିଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧାରୁ ଜଣେ, ରାୟଗଡାରୁ ଜଣେ ଓ କେନ୍ଦ୍ରାପଡାରୁ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ।

ଗଞ୍ଜାମରୁ ଆଜି କରୋନା ଯୋଗୁଁ ମୃତ୍ୟୁବରଣ କରିଥିବା ତିନି ମୃତକଙ୍କ ମଧ୍ୟରେ ଜଣେ 50 ବର୍ଷୀୟା ମହିଳା ରହିଥିବାବେଳେ ଅନ୍ୟ ଦୁଇଜଣଙ୍କ ମଧ୍ୟରୁ ଜଣେ 56 ବର୍ଷୀୟ ପୁରୁଷ ଥିବାବେଳେ ଅନ୍ୟ ଜଣେ 64 ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ରହିଛି ।  ସେହିପରି ଭୁବନେଶ୍ବରରୁ ମୃତ୍ୟୁବରଣ କରିଥିବା ମୃତକଙ୍କ ବୟସ 55 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି । ସେହିପରି ରାୟଗଡା ଅଞ୍ଚଳରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ବୟସ 80 ବର୍ଷ ବୋଲି ସୂଚନା ରହିଛି । ସେହିପରି କେନ୍ଦ୍ରାପଡାରୁ ମୃତ୍ୟୁବରଣ କରିଥିବା ମୃତକଙ୍କ ବୟସ 49 ବୋଲି ସୂଚନା ରହିଛି ।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 48କୁ ବୃଦ୍ଧି ହୋଇଛି । ଗଞ୍ଜାମରେ ମୃତ୍ୟୁସଂଖ୍ୟା 27ରେ ପହଞ୍ଚିଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟାକୁ 8କୁ ବୃଦ୍ଧି  ହୋଇଛି । ସେହିପରି ଅନ୍ୟ 12ଜଣ କରୋନାରେ ଆକ୍ରାନ୍ତ ହୋଇ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Related posts