ଅରୁଣାଚଳ ପ୍ରଦେଶରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୬ ଆତଙ୍କୀ ସଫା

Published: Jul 11, 2020, 11:48 am IST

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ତିରାପ ଏନ୍‌ଗିନୁ ଗାଁରେ ଏନ୍‌କାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ୬ ଜଣ ଉଗ୍ରବାଦୀ  ନିହତ ହୋଇଛନ୍ତି। ଆସାମ ରାଇଫଲ୍ସ ଓ ଅରୁଣାଚଳ ପ୍ରଦେଶ ପୋଲିସର ମିଳିତ ଏନ୍‌କାଉଣ୍ଟରରେ ଏହି ସଫଳତା ମିଳିଛି। ଅରୁଣାଚଳ ପୋଲିସର ଏହି ମିଳିତ ଅପରେସନରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ  ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପୂର୍ବ ତିନ୍‌ସୁକିଆଠାରୁ ୫୦ କିମି ଦୂର ଏନ୍‌ଗିନୁ ଗାଁରେ କିଛି ଉଗ୍ରବାଦୀ ଲୁଚି ରହିଥିବାର ସୂଚନା ଆଧାରରେ  ଆସାମ ରାଇଫଲ୍ସ ଦୁଇଟି ଦଳ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।

ଉଭୟ ଦଳ ସକାଳ ପ୍ରାୟ  ସାଢେ ଚାରିଟାରେ ମାଓବାଦୀଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ସମୟ ମଧ୍ୟରେ ୬ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ନିହତ ଉଗ୍ରବାଦୀ NSCN-IMର ବୋଲି ସୂଚନା ରହିଛି। (ଏଜେନ୍ସି)

Related posts