Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛିଡୁନି ମହାନଦୀ ଜଳ ବିବାଦ, ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ସହମତି ନହେବାରୁ ଇସ୍ୟୁ ଫ୍ରେମ୍ କଲେ ଟ୍ରିବ୍ୟୁନାଲ
ଆଜିର ଖବର

ଛିଡୁନି ମହାନଦୀ ଜଳ ବିବାଦ, ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ସହମତି ନହେବାରୁ ଇସ୍ୟୁ ଫ୍ରେମ୍ କଲେ ଟ୍ରିବ୍ୟୁନାଲ

July 11, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଛିଡୁନି ମହାନଦୀ ଜଳ ବିବାଦ। ଆପୋସ ଆଲୋଚନାରେ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ସହମତି ନହେବାରୁ ଇସ୍ୟୁ ଫ୍ରେମ୍ କରିଛନ୍ତି ଟ୍ରିବ୍ୟୁନାଲ। ସବୁ ପକ୍ଷରୁ ଦାବି ଶୁଣିବା ପରେ 40ରୁ 45ଟି ଇସ୍ୟୁ ଫ୍ରେମ୍ କରାଯାଇଛି। ଓଡ଼ିଶା, ଛତିଶଗଡ଼, ଝାଡଖଣ୍ଡ ଓ ମହାରାଷ୍ଚ୍ର ଏ ନେଇ ଟ୍ରିବ୍ୟୁନାଲରେ ଆଜି ନିଜ ନିଜର ପକ୍ଷ ରଖିଛନ୍ତି। ଓଡ଼ିଶା ସରକାରଙ୍କ ପକ୍ଷରୁ ଆଜି ଆଉ କିଛି ଅତିରିକ୍ତ ଦସ୍ତାବିଜ ଟ୍ରିବ୍ୟୁନାଲରେ ଦାଖଲ କରାଯାଇଛି।

ଛତିଶଗଡ଼ କେନ୍ଦ୍ରଠାରୁ କିଛି ଡକ୍ୟୁମେଣ୍ଟ ଚାହିଁବାରୁ କେନ୍ଦ୍ର ସରକାରଙ୍କୁ ଟ୍ରିବ୍ୟୁନାଲ ନୋଟିସ ଜାରି କରିଛନ୍ତି। ଓଡ଼ିଶା ଓ ଛତିଶଗଡ଼କୁ ପରସ୍ପରର ଡକ୍ୟୁମେଣ୍ଟ ଯାଞ୍ଚ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଶୁଣାଣୀ ବେଳେ ଯଦି କିଛି ଇସ୍ୟୁ ଆସିବ ତାହା ମଧ୍ୟ ଫ୍ରେମ୍ କରାଯିବ। ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଆସନ୍ତା ଅଗଷ୍ଟ 8 ତାରିଖ ଧାର୍ଯ୍ୟ ହୋଇଛି।

Mahanadi Water Dispute: Odisha, Chhattisgarh To Conduct Second ...

ମହାନଦୀ ଜଳ ବିବାଦ ମାମଲାରେ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ବୈଠକ ହୋଇଥିଲେ ବି କୌଣସି ପ୍ରକାର ସହମତି ହୋଇପାରି ନାହିଁ। ଗତ ଜାନୁଆରିରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଓଡ଼ିଶା ଦ୍ବାରା ୨୬ଟି ପ୍ରସଙ୍ଗରେ ବିଚାର କରିବାକୁ ନିବେଦନ କରାଯାଇଥିଲା। ଅପରପକ୍ଷେ ଛତିଶଗଡ଼ ପକ୍ଷରୁ ମଧ୍ୟ ୧୩ଟି ପ୍ରସଙ୍ଗ ନେଇ ଟ୍ରିବ୍ୟୁନାଲ‌ର ଦୃଷ୍ଟି ଆକର୍ଷଣ କରାଯାଇଥିଲା। ତେବେ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଯୁଗ୍ମ ବୈଠକ କରାଯାଇ ଏହାର ସମାଧାନ ବାଟ ବାହାର କରିବା ଲାଗି ଟ୍ରିବ୍ୟୁନାଲ ପରାମର୍ଶ ଦେଇଥିଲେ। ଆବଶ୍ୟକ ପଡ଼ିଲେ ଦୁଇ ପକ୍ଷ କୌଣସି କେନ୍ଦ୍ରୀୟ ଏଜେନ୍ସିର ସହାୟତା ନେଇପାରିବେ ବୋଲି ଟ୍ରିବ୍ୟୁନାଲ ମତ ଦେଇଥିଲେ।

ଇତିମଧ୍ୟରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଓଡ଼ିଶା ଦ୍ବାରା ଅତିରିକ୍ତ ଦସ୍ତାବିଜ ଦାଖଲ କରାଯାଇଥିବା ବେଳେ ଛତିଶଗଡ଼ ପକ୍ଷରୁ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି), କେନ୍ଦ୍ରୀୟ ଭୂତଳ ଜଳ ଆୟୋଗ (ସିଜିଡବ୍ଲ୍ୟୁବି) ଓ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ଠାରୁ ତଥ୍ୟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେବା ପାଇଁ ଟ୍ରିବୁନାଲରେ ଆବେଦନ କରାଯାଇଛି।

ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ବିବାଦର ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲ ବର୍ତ୍ତମାନ ସୁଦ୍ଧା ୧୨ଟି ଶୁଣାଣି କରିସାରିଛନ୍ତି। ହେଲେ ଟ୍ରିବ୍ୟୁନାଲଙ୍କ ଦ୍ବାରା କୌଣସି ଅନ୍ତରୀଣ ଆଦେଶ ଜାରି କରାଯାଇନାହିଁ। ଗତବର୍ଷ ମାର୍ଚ୍ଚରୁ ଓଡ଼ିଶାର ମଧ୍ୟବର୍ତ୍ତୀକାଳୀନ ଆବେଦନର ଶୁଣାଣି କରି ଟ୍ରିବ୍ୟୁନାଲ ରାୟକୁ ସଂରକ୍ଷିତ ରଖିଛନ୍ତି। ଆପୋସ ବୁଝାମଣା ଦ୍ବାରା ମାମଲାର ସମାଧାନ ପାଇଁ ଟ୍ରିବ୍ୟୁନାଲ ପ୍ରସ୍ତାବ ଦେବା ପରେ ଦୁଇ ରାଜ୍ୟ ବିଚାର ବିମର୍ଶ ଓ ଆଲୋଚନା କରିଥିଲେ ମଧ୍ୟ ସମାଧାନର ବାଟ ବାହାରିପାରି ନାହିଁ।

ଓଡିଶା ଛତିଶଗଡ ମହାନଦୀ ଜଳ ବିବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.