ନୀଳଗିରି ଓ ସାଲେପୁର ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

Published: Jul 11, 2020, 3:24 pm IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସଂକ୍ରମିତ ରାଜ୍ୟର ଦୁଇ ବିଧାୟକ ସହ ଟେଲିଫୋନ୍‌ ଯୋଗେ କଥା ହୋଇ ସେମାନଙ୍କ ସ୍ବାସ୍ଥ୍ୟ ସଂପର୍କରେ ପଚାରି ବୁଝିଛନ୍ତି। କରୋନା ପଜିଟିଭ୍‌ ଚିହ୍ନଟ ନୀଳଗିରି ଓ ସାଲେପୁର ବିଧାୟକଙ୍କ ସହ କଥା ହୋଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ଏଥିସହ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇଥିବା କୋଭିଡ୍‌‌ ଯୋଦ୍ଧାଙ୍କ ସହ ମଧ୍ୟ କଥା ହୋଇଥିଲେ। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ଅବଗତ ହେବା ସହ ମୁଖ୍ୟମନ୍ତ୍ରୀ ସୁସ୍ଥତା କାମନା କରିଥିଲେ।

ଏହି ସମୟରେ ମୁଖ୍ୟମନ୍ତ୍ରୀ ବିପନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ମିଳୁଥିବା ସେବା ସଂପର୍କରେ ପଚାରି ବୁଝିଥିଲେ। ଡାକ୍ତରଖାନାଗୁଡ଼ିକରେ ଠିକ ଭାବେ ସ୍ବାସ୍ଥ୍ୟ ସେବା ମିଳୁଛି କି ନାହିଁ ତାହା ପଚାରି ବୁଝିଥିଲେ।

Related posts