
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉଚ୍ଚସ୍ତରୀୟ ବୈଠକରେ ଦେଶର କରୋନା ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ବ୍ୟକ୍ତିଗତ ଭାବେ ସଫାସୁତୁରା ରହିବା ସହ କରୋନା ନିୟମ ମାନିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସାଧାରଣ ସ୍ଥାନରେ ସାମାଜିକ ଦୂରତ୍ବ ରଖିବା ସହ ମାସ୍କ ପିନ୍ଧିବା ଅତି ଜରୁରୀ ବୋଲି ସେ କହିଛନ୍ତି।
କରୋନା ମହାମାରୀରୁ ରକ୍ଷା ପାଇବାକୁ ହେଲେ ଏ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ଅଫିସରମାନଙ୍କୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କରୋନା ସଂକ୍ରମଣକୁ ପ୍ରତିହତ ପାଇଁ ଯଥାସମ୍ଭବ ପ୍ରୟାସ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।