ଆଜି 595 ଆକ୍ରାନ୍ତ ଚିହ୍ନଟ, ଓଡ଼ିଶାରେ 13 ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

Published: Jul 12, 2020, 10:11 am IST

ଭୁବନେଶ୍ବର : ରାଜ୍ୟରେ ଆଜି 595 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 394 ଜଣ ଚିହ୍ନଟ ହୋଇଥିବାବେଳେ 201ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 13ହଜାର 121ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 4ହଜାର 677ଜଣ । ସେହିପରି ସୁସ୍ଥ ହୋଇଛନ୍ତି 8ହଜାର360ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 61ଜଣ । ସେହିପରି18ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Related posts