ଦୁଇ ଦିନ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା, ବଜ୍ରପାତ ବି ହୋଇପାରେ

Published: Jul 13, 2020, 5:02 pm IST

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ମଧ୍ୟମରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଟ୍ରପ୍ ଲାଇନ୍‌ ପ୍ରଭାବରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଗୁଆ ସୂଚନା ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ଅର୍ଥାତ୍‌ ମଙ୍ଗଳବାର ଅପରାହ୍ନ ସୁଦ୍ଧା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ଉପକୂଳ ଓଡିଶା ସମେତ କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

Related posts