Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଡ଼ତିରା କ୍ୱାରେଣ୍ଟାଇନ୍ ସେଣ୍ଟରରେ ଛୁରାମାଡ: ଜଣେ ଗୁରୁତର
ଆଜିର ଖବର

ଜଡ଼ତିରା କ୍ୱାରେଣ୍ଟାଇନ୍ ସେଣ୍ଟରରେ ଛୁରାମାଡ: ଜଣେ ଗୁରୁତର

July 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ତିର୍ତ୍ତୋଲ ଥାନା ଅନ୍ତର୍ଗତ ଜଡ଼ତିରା ପଞ୍ଚାୟତର ପଞ୍ଚେଇ ଠାରେ ଥିବା କ୍ୱାରେଣ୍ଟାଇନ୍ ସେଣ୍ଟରରେ ଛୁରାମାଡରେ ଜଣେ ଗୁରୁତର ଆହତ ହୋଇ ପ୍ରଥମେ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର ହୋଇଥିବା ଜଣାପଡିଛି ।

ସୂଚନାନୁଯାୟୀ ଜଡ଼ତିରା ପଞ୍ଚାୟତର ପଞ୍ଚେଇ ଠାରେ ଥିବା କ୍ୱାରେଣ୍ଟାଇନ୍ କେନ୍ଦ୍ରରେ ଗତକାଲି (ସୋମବାର) ସଂଧ୍ୟାରେ ସ୍ଥାନୀୟ ବନ୍ଧବାଟି ଗ୍ରାମର ବିରବର ନାଥଙ୍କ ପୁଅ ବଂଶୀଧର ନାଥ (କାଳିଆ) ମଦ୍ୟପାନ କରି ନିଶାସକ୍ତ ଅବସ୍ଥାରେ ପହଞ୍ଚି ସରପଞ୍ଚ ଓ ତାଙ୍କ ଦିଅରଙ୍କୁ ବିଭିନ୍ନ ଅଶ୍ଳୀଳ ଭାଷାରେ ବଡପାଟିରେ ଗାଳିଗୁଲଜ କରୁଥିବା ବେଳେ ଉକ୍ତ ସେଣ୍ଟରରେ ରୋଷେଇ କରି ଖାଦ୍ୟ ଯୋଗାଉଥିବା ପଞ୍ଚେଇ ଗ୍ରାମର ଉପେନ୍ଦ୍ର ସାହୁଙ୍କ ପୁଅ ଅନନ୍ତ ନିଶାସକ୍ତ ଅବସ୍ଥାରେ ଥିବା କାଳିଆକୁ ବୁଝାସୁଝା କରି କେନ୍ଦ୍ର ବାହାରେ ଛାଡିଥିଲା। ପୁନର୍ବାର କାଳିଆ ଏକ ଧାରୁଆ ଛୁରୀ ଧରି ଆସି ଉକ୍ତ କେନ୍ଦ୍ରରେ ପହଞ୍ଚି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁୁ ବୁଝାସୁଝା କରିବାକୁ ଚେଷ୍ଟା କରୁଥିବା ଅନନ୍ତଙ୍କ ପେଟରେ ସେ ଛୁରୀ ଭୁସି ଦେଇଥିଲା ବୋଲି ଅଭିଯୋଗ ହୋଇଛି।

ଘଟଣାସ୍ଥଳରୁ ସରପଞ୍ଚଙ୍କ ଦିଅର ଓ କିଛିଲୋକ ଯଥାଶୀଘ୍ର ଅନନ୍ତକୁ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ଅବସ୍ଥା ଗୁରୁତର ଥିବାରୁ ଅନନ୍ତକୁ କଟକ ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଅନନ୍ତଙ୍କ ବାପା ଉପେନ୍ଦ୍ର ସାହୁ ଏନେଇ ତିର୍ତ୍ତୋଲ ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣାପଡିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି।

କ୍ବାରେଣ୍ଟାଇନ୍‌ ସେଣ୍ଟର ଛୁରାମାଡ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.