Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ ରୋଗୀଙ୍କ ଭଲମନ୍ଦ ବୁଝିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଫୋକସରେ 5 ଜିଲ୍ଲା
ଆଜିର ଖବର

କୋଭିଡ ରୋଗୀଙ୍କ ଭଲମନ୍ଦ ବୁଝିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଫୋକସରେ 5 ଜିଲ୍ଲା

July 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କୋଭିଡ ରୋଗୀଙ୍କ ସୁବିଧା ଓ ନିରାପତ୍ତା ପ୍ରତି ବିଶେଷ ଧ୍ୟାନ ଦେବାକୁ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରିବା ସହିତ ମୁଖ୍ୟମନ୍ତ୍ରୀ ରାଜ୍ୟର ୫ଟି ଫୋକସ୍‌ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ପରାମର୍ଶ ଦେଇଛନ୍ତି। କୋଭିଡ ଯୋଦ୍ଧାମାନଙ୍କ ମନୋବଳ ଯେପରି ଅତୁଟ ରହିବ ସେଥିପାଇଁ ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ।

CM's Relief Fund must be allowed to accept grants from pvt co ...

ପରୀକ୍ଷା ପାଇଁ ଅଧିକ ଲାବୋରେଟୋରୀ ଟେକନିସିଆନ ଓ ଅଧିକ ଆମ୍ବୁଲାନ୍‌ସ ମୁତୟନ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି । କୋଭିଡ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବରେ ସତ୍କାର କରାଯିବା ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ସେ ପରାମର୍ଶ ଦେଇଥିଲେ। ଅନ୍ୟାନ୍ୟ ବିଷୟଗୁଡ଼ିକ ଉପରେ କୋଭିଡ ଯୋଦ୍ଧାମାନଙ୍କୁ ନିୟମିତ ତାଲିମ ଓ ଉତ୍ତମ ଖାଦ୍ୟ ଯୋଗାଣ ପାଇଁ ସେ ବୈଠକରେ ଜୋର୍ ଦେଇଛନ୍ତି।

ରାଜ୍ୟର 5ଟି ଜିଲ୍ଲା ଗଞ୍ଜାମ,କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧାରେ ଅଧିକ ପ୍ରବାସୀଙ୍କ ଆଗମନ ତଥା ଯିବା ଆସିବା କାରଣରୁ ପରିସ୍ଥିତି ଗମ୍ବୀର ରହିଛି। ତେଣୁ ଏହିସବୁ ଜିଲ୍ଲା ଉପରେ ଅଧିକ ଫୋକସ୍‌ କରାଯାଇ ପଦକ୍ଷେପ ନିଆଯାଇଛି।

ଗଞ୍ଜାମ ଜିଲ୍ଲାରେ ଅଧିକ ମାନବ ସମ୍ବଳ ସହିତ ଅଧିକ ଭେଣ୍ଟିଲେଟର, ଆମ୍ବୂଲାନ୍ସ, ଶଯ୍ୟା ଆଦିର ବ୍ୟବସ୍ଥା କରି ସମସ୍ତ ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ କୋଭିଡ ମୁକାବିଲା ପାଇଁ ଥିବା ସମସ୍ତ ନୀତି ଓ ନିର୍ଦ୍ଦେଶକୁ କଡାକଡି ପାଳନ କରାଯାଉଛି।

କୋଭିଡ ମୁକାବିଲା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.