Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ଏବଂ ବାଣପୁର ବ୍ଲକର ଚାରି ଗୋଟି ପଞ୍ଚାୟତ ସଟ୍‌ଡାଉନ୍‌, ଜାଣନ୍ତୁ କେଉଁ ସବୁ ପଞ୍ଚାୟତକୁ କରାଯାଇଛି ସଟ୍‌ଡାଉନ୍‌
ଆଜିର ଖବର

ଚିଲିକା ଏବଂ ବାଣପୁର ବ୍ଲକର ଚାରି ଗୋଟି ପଞ୍ଚାୟତ ସଟ୍‌ଡାଉନ୍‌, ଜାଣନ୍ତୁ କେଉଁ ସବୁ ପଞ୍ଚାୟତକୁ କରାଯାଇଛି ସଟ୍‌ଡାଉନ୍‌

July 14, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ଚିଲିକା/ବାଣପୁର:  ଦେଶରେ କରୋନା ମହାମାରୀ ଦିନକୁ ଦିନ ଭୟଙ୍କର ରୂପ ନେଉଛି। କରୋନକୁ ପ୍ରତିହତ କରିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିଲେ ସୁଦ୍ଧା କରୋନା ମହାମାରୀ କମିବାର ନାଁ ଧରୁନାହିଁ। ଓଡ଼ିଶାରେ ଗତ ଏକ ମାସ ରୁ ଉର୍ଦ୍ଧ୍ବ ସମୟ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଉଛି। ଏଥିରୁ ବାଦ ପଡିନି ଖୋର୍ଦ୍ଧା ଜିଲ୍ଲା। ରାଜ୍ୟ ସଂକ୍ରମଣ ତାଲିକାରେ ଖୋର୍ଦ୍ଧା ଜିଲ୍ଲା ଦୁଇ ନମ୍ବରରେ ଥିବା ବେଳେ ଏହା ଅନ୍ତର୍ଗତ ଚିଲିକା ଏବଂ ବାଣପୁର ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ତେବେ ଏଠାରେ ଲୋକାଲ୍‌ କେସ୍‌ ପ୍ରଶାସନର ମୁଣ୍ଡବ୍ୟାଥାର କାରଣ ପାଲଟିଛି। ଗତ କାଲି ଉଭୟ ବାଣପୁର ଏବଂ ଚିଲିକା ବ୍ଲକର ଚାରିଗୋଟି ପଞ୍ଚାୟତରୁ ଲୋକାଲ୍‌ କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହେବାରୁ ଆଜି ଚାରିଗୋଟି ପଞ୍ଚାୟତକୁ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ସଟ ଡ଼ାଉନ ଘୋଷଣା କରିଛନ୍ତି ସମ୍ପୃକ୍ତ ପଞ୍ଚାୟତର ସରପଞ୍ଚ ମାନେ।

ବାଣପୁର ଓ ଚିଲିକାର ସଟ୍‌ଡାଉନ୍‌ କରାଯାଇଥିବା ପଞ୍ଚାୟତ ଗୁଡିକ ହେଉଛି ଚିଲିକା ବ୍ଲକର ଅଠର ବାଟିଆ, ହରିପୁର, ସୋରଣ ଏବଂ ବାଣପୁର ବ୍ଲକର ମୋରାମୋରି। ସବୁ ପଞ୍ଚାୟତରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଉଥିବାରୁ ସରପଞ୍ଚମାନେ ଏପରି ନିଷ୍ପତ୍ତି ନେଇଛନ୍ତି। ସମସ୍ତ ପଞ୍ଚାୟତକୁ ୭୨ ଘଣ୍ଟା ଯାଏଁ ସଟ୍‌ଡାଉନ୍‌ କରାଯାଇଛି।

ମୋରାମୋରି ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ସଟ୍‌ଡାଉନ୍‌ କରାଯାଇଛି। ବାଣପୁର ବ୍ଲକ ନାଚୁଣୀ ଓ ମୋରାମୋରି ପଞ୍ଚାୟତରୁ ଜଣେ ଲେଖାଏଁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ମୋରାମୋରି ପଞ୍ଚାୟତରେ ମୋରାମୋରି ଗ୍ରାମର ଜଣେ ୩୨ ବର୍ଷୀୟ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ନାଚୁଣୀ ପଞ୍ଚାୟତର ଲୋକପୁର ଗାମରୁ ଜଣେ ୨୯ ବର୍ଷ ବୟସ୍କ ସ୍ବାସ୍ଥ୍ୟକର୍ମୀ ରହିଛନ୍ତି। ସଂକ୍ରମଣକୁ ଦୃଷ୍ଟିରେ ରଖି ମୋରାମୋରି ପଞ୍ଚାୟତର ସରପଞ୍ଚ ସବିତା ନାୟକ ଏହି ପଞ୍ଚାୟତର ଦୁଇଟି ଗ୍ରାମ ଯଥାକ୍ରମେ ସଲପଡିହ ଓ ମୋରମୋରୀ ଗ୍ରାମକୁ ୭୨ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ପଞ୍ଚାୟତରେ ଆଜି ଅର୍ଥାତ୍‌ ୧୪ ତାରିଖ ଦିନ ଦୁଇ ଘଟିକାଠାରୁ ଆସନ୍ତା ୧୭ ତାରିଖ ଦିବା ୨ ଘଟିକା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ନିୟମ ବଳବତ୍ତର ରହିବ।

ସେହିପରି ହରିପୁର ଗ୍ରାମପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ସ୍ବାଇଁ, ଅଠରବାଟିଆ ପଞ୍ଚାୟତର ସରପଞ୍ଚ ଇନ୍ଦୁମତୀ ଜାଲୀ ଓ ସୋରଣର ସରପଞ୍ଚ ସୁଜାତା ବିଶ୍ବାଳ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ପଞ୍ଚାୟତଗୁଡିକୁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି।

ସୋରଣ ଗ୍ରାମର ପୂଜାରୀ ସାହିକୁ  ଆଜି ସନ୍ଧ୍ୟା ୬ ଘଟିକା  ଅର୍ଥାତ୍‌ ୧୪ ତାରିଖ ସନ୍ଧ୍ୟା ୬ ଘଟିକାଠାରୁ ଆସନ୍ତା ୧୭ ତାରିଖ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସେହିପରି ଅଠର ବାଟିଆ ଗ୍ରାମ ପଞ୍ଚାୟତକୁ ୭୨ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ଗ୍ରାମ ପଞ୍ଚାୟତରେ ୧୪ ତାରିଖ ସକାଳ ୧୧ ଘଟିକାଠାରୁ ଆସନ୍ତା ୧୭ ତାରିଖ ସକାଳ ୧୧ ଘଟିକା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ କଟକଣା ବଳବତ୍ତର ରହିବ।  ହରିପୁର ଗ୍ରାମ ପଞ୍ଚାୟତର ଛୋଟରାୟପୁର ଗ୍ରାମକୁ ମଧ୍ୟ ୭୨ ଘଣ୍ଟା ପାଇଁ ସଟ୍‌ଡାଉନ୍‌ କରାଯାଇଛି। ଏହି ଗ୍ର୍ରାମରେ ଆଜି ସନ୍ଧ୍ୟା ଅର୍ଥାତ୍‌ ୧୪ ତାରିଖ ସନ୍ଧ୍ୟା  ୭ ଟାରୁ ୧୭ ତାରିଖ ସନ୍ଧ୍ୟା ୭ ଘଟିକା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ବଳବତ୍ତର ରହିବ।

ସରପଞ୍ଚମାନେ ପଞ୍ଚାୟତକୁ ସଟ୍‌ଡାଉନ୍‌ କରିବା ପୂର୍ବରୁ ନିଜ ନିଜ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଖୋର୍ଦ୍ଧା ଜିଲ୍ଲାପାଳ ସମେତ ତହସିଲଦାର ପ୍ରମୁଖଙ୍କୁ ଏନେଇ ଅବଗତ କରାଇଛନ୍ତି। ସରପଞ୍ଚମାନଙ୍କ ଏଭଳି ପଦକ୍ଷେପକୁ ଗ୍ରାମବାସୀମାନେ ଉଚ୍ଚ ପ୍ରଶଂସା କରିଛନ୍ତି।

banpur chilika corona possitive shutdown
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.