ଦେଶରେ 24 ଘଣ୍ଟାରେ 29 ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, 582 ମୃତ

Published: Jul 15, 2020, 9:48 am IST

ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ବେଶ୍‌ ଗମ୍ଭୀର ହେଉଛି । ଦେଶରେ ଆଜି ପୁଣି 29 ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ 9 ଲକ୍ଷ 36 ହଜାରରୁ ଅଧିକ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା 24 ହଜାର ପାର ହେଲାଣି  । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟାରେ 29 ହଜାର 429 ନୂତନ ମାମଲା ସାମ୍ନାକୁ ଆସିଥିବାବେଳେ 582ଜଣଙ୍କର ମୃତ୍ୟୁ ଘଟିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 9 ଲକ୍ଷ 36 ହଜାର 181ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା 24 ହଜାର 309କୁ ପହଞ୍ଚିଛି । ମୋଟ୍ ସଂକ୍ରମିତ ମଧ୍ୟରୁ 5 ଲକ୍ଷ 92 ହଜାର 332ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 3 ଲକ୍ଷ 19ହଜାର 240 ସକ୍ରିୟ ଅଛନ୍ତି।

ମହାରାଷ୍ଟ୍ରରେ 2 ଲକ୍ଷ 67ହଜାର 665ଜଣ ଆକ୍ରାନ୍ତ ରହିଥିବାବେଳେ ମୃତ୍ୟୁ ସଂଖ୍ୟା 10 ହଜାର 695ରେ ପହଞ୍ଚିଛି । ସେହିପରି ଦିଲ୍ଲୀରେ 3ହଜାର 446ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗୁଜୁରାଟରେ 2 ହଜାର 69, ତାମିଲନାଡୁରେ 2ହଜାର99ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

Related posts