Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଇଲଟ୍‌ ଓ ତାଙ୍କ ସମର୍ଥକ ବିଧାୟକଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କଲା କଂଗ୍ରେସ
ଆଜିର ଖବର

ପାଇଲଟ୍‌ ଓ ତାଙ୍କ ସମର୍ଥକ ବିଧାୟକଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କଲା କଂଗ୍ରେସ

July 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୟପୁର : ରାଜସ୍ଥାନର ବିଧାୟକ ସଚିନ ପାଇଲଟ ଓ ତାଙ୍କର 18ଜଣ ସମର୍ଥକଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କଂଗ୍ରେସ। ସେମାନଙ୍କର ବିଧାୟକ ପଦ ରଦ୍ଦ ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି । ସମସ୍ତଙ୍କୁ ନୋଟିସ୍ ଜାରି କରିଛନ୍ତି ବାଚସ୍ପତି ସିପି ଯୋଶୀ । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଡାକିଥିବା ବିଧାୟକ ଦଳ ବୈଠକରେ ଏମାନେ ଯୋଗ ଦେଇନଥିବାରୁ ଏହି ନୋଟିସ୍ ଜାରି କରାଯାଇଛି । ହ୍ୱିପ୍ ଜାରି ସତ୍ତ୍ୱେ ସଚିନ ଓ ତାଙ୍କ ସମର୍ଥକମାନେ ବୈଠକରେ ଯୋଗ ଦେଇନଥିଲେ। ନୋଟିସ୍‌ରେ ଉତ୍ତର ଦେବାକୁ ଦୁଇ ଦିନ ସମୟ ଦିଆଯାଇଛି।

ଗତକାଲି ସଚିନ ପାଇଲଟଙ୍କୁ ଉପମୁଖ୍ୟମନ୍ତ୍ରୀ ଓ ପିସିସି ସଭାପତି ପଦରୁ କଂଗ୍ରେସ ବିଦା କରିଥିଲା । ତାଙ୍କୁ କ୍ୟାବିନେଟରୁ ମଧ୍ୟ ହଟା ଯାଇଛି।  ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସ ତାଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛି । ଅପରପକ୍ଷରେ ସଚିନ୍‌ ବିଜେପିକୁ ଆସିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି । ସେ ନୂତନ ରଣନୀତି ପ୍ରସ୍ତୁତ କରିବେ ବୋଲି ସୂଚନା ଦେଇଛନ୍ତି ।ଅନ୍ୟପଟେ ବିଜେପି ଏବେ ଓ୍ବେଣ୍ଟ ଆଣ୍ଡ୍‌ ଓ୍ବାଚ୍‌ ନୀତି ଅବଲମ୍ବନ କରୁଛି ।

ପାଇଲଟ୍‌ ଦଳରୁ ବିଦା ହେବା ପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶାେକ ଗେହଲଟ୍‌  ସିଧାସଳଖ ଭାବେ ପାଇଲଟ୍‌ ଓ ବିଜେପିକୁ ଟାର୍ଗେଟ୍‌ କରୁଛନ୍ତି ।  ବିଜେପି ଉପରେ ବିଧାୟକ କିଣାବିକାର ଅଭିଯୋଗ କରିଛନ୍ତି  ଅଶୋକ ଗେହଲଟ୍‌। ଅଶୋକ ଆହୁରି ମଧ୍ୟ କହିଛନ୍ତି ଯେ, ଖୋଦ୍‌ ସଚିନ୍‌ ରାଜସ୍ଥାନ ସରକାର ଭାଙ୍ଗିବାକୁ ଡିଲ୍‌ କରିଥିଲେ । ବିଧାୟକଙ୍କୁ ପଇସାର ଲୋଭ ଦେଖାଉଥିଲେ । ଏହାର ପ୍ରମାଣ ତାଙ୍କ ପାଖରେ ରହିଛି ବୋଲି କହିଛନ୍ତି ଅଶାେକ ଗେହଲଟ୍‌ ।

rajsthan sachinpiolt
Share. Facebook Twitter LinkedIn Email WhatsApp Copy Link

Related Posts

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.