Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନର ପଦକ୍ଷେପ, ପାରାଦ୍ଵୀପ କୋଭିଡ୍ କେୟାର କେନ୍ଦ୍ରରେ ଶଯ୍ୟାସଂଖ୍ୟା ୨୦୦କୁ ବୃଦ୍ଧି କରାଯିବ
ଆଜିର ଖବର

କରୋନା ମୁକାବିଲା ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନର ପଦକ୍ଷେପ, ପାରାଦ୍ଵୀପ କୋଭିଡ୍ କେୟାର କେନ୍ଦ୍ରରେ ଶଯ୍ୟାସଂଖ୍ୟା ୨୦୦କୁ ବୃଦ୍ଧି କରାଯିବ

July 15, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର, ଜଗତସିଂହପୁର ଜିଲ୍ଲାକୁ ଗତକାଲି ସୁଦ୍ଧା ୧୭, ୯୧୪ ଜଣ ପ୍ରବାସୀ
ବିଭିନ୍ନ ରାଜ୍ୟ ଓ ଜିଲ୍ଲାରୁ ଫେରିଛନ୍ତି । ସେମାନଙ୍କ ମଧ୍ୟରୁ ବିଭିନ୍ନ ବ୍ଲକକୁ ୧୬,୪୫୨ ଜଣ ଆସିଥିବା ବେଳେ ପାରାଦ୍ୱୀପ ଓ ଜଗତସିଂହପୁର ପୈାରାଚଂଳକୁ ୧୪୬୨ ଜଣ ଫେରିଛନ୍ତି । ସେମାନଙ୍କ ମଧ୍ୟରୁ ୧୭, ୧୧୧ ଜଣଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଛାଡି ଦିଆଯାଇଥିବା ବେଳେ ୮୦୩ ଜଣ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅବସ୍ଥାନ କରୁଛନ୍ତି । ଜିଲ୍ଲାରେ ଗତକାଲି ସୁଦ୍ଧା  ୧୧,୬୩୩ ଟି ସ୍ୱାବ ସଂଗ୍ରହ ହୋଇଥିବା ବେଳେ ସେଥି ମଧ୍ୟରୁ ୧୦, ୬୩୩ଟି ସ୍ୱାବ ରିପୋର୍ଟ ନେଗେଟିଭ୍ ଆସିଛି, ୪୧୧ଟି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

୧୦୪ ଜଣ ଆକ୍ରାନ୍ତ କିମ୍‌ସ ଓ କୋଭିଡ୍ ହସ୍‌ପିଟାଲ,ପାରାଦ୍ୱୀପରେ ଚିକିତ୍ସିତ ହେଉଥିବା ବେଳେ ୩୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜିଲ୍ଲାପାଳ  ସଂଗ୍ରାମ କେଶରୀ ମହାପାତ୍ର ଗତକାଲି କୁଜଙ୍ଗ ବ୍ଲକ ଓ ପାରାଦ୍ୱୀପ କୋଭିଡ୍ ହସ୍ପିଟାଲ ଗସ୍ତ କରିଥିଲେ । କୁଜଙ୍ଗ ବ୍ଲକରେ ଜିଲ୍ଲାପାଳ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମୀକ୍ଷା କରିଥିଲେ । ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ମରାମତି ଖର୍ଚ୍ଚ ତୁରନ୍ତ ପ୍ରଦାନ କରିବାକୁ ସମସ୍ତ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ପରେ ଜିଲ୍ଲାପାଳ ମଙ୍ଗରାଜପୁର ଠାରେ ପୋଲିସ ବାରାକ୍ ପରିଦର୍ଶନ କରି ଏହାର ମରାମତି ତୁରନ୍ତ ସାରିବାକୁ ପରାମର୍ଶ ଦେଇଥିଲେ । ପରେ ପରେ ଜିଲ୍ଲାପାଳ ପାରାଦ୍ୱୀପ କୋଭିଡ୍ ହସ୍‌ପିଟାଲ ପରିଦର୍ଶନ କରି ଏହାର କାର୍ଯ୍ୟ ସମୀକ୍ଷା କରିଥିଲେ । ଜିଲ୍ଲାପାଳ ପାରାଦ୍ୱୀପରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପ ବୁଲି ଦେଖିଥିଲେ ।

ପାରାଦ୍ୱୀପ ଟ୍ରେଡ୍ ସେଣ୍ଟରରେ ହୋଇଥିବା କୋଭିଡ୍ କେୟାର ସେଣ୍ଟର ବୁଲି ଦେଖିଥିଲେ । ପାରାଦ୍ୱୀପ କୋଭିଡ୍ କେୟାର କେନ୍ଦ୍ରରେ ପ୍ରାଥମିକ ଭାବେ ୧୦୦ ଶଯ୍ୟା ପ୍ରସ୍ତୁତ କରାଯିବ ଓ ପରେ ଆହୁରି ବୃଦ୍ଧି କରାଯାଇ ୨୦୦ ଶଯ୍ୟା ବିଶିଷ୍ଟ କରାଯିବ । ପାରାଦ୍ୱୀପରେ ଥିବା ବିଭିନ୍ନ ଶିଳ୍ପସଂସ୍ଥା ଓ ଘରୋଇ ସଂସ୍ଥା ଗୁଡିକ ନିଜ କର୍ମଚାରୀଙ୍କ ପାଇଁ କୋଭିଡ୍ କେୟାର ହୋମ୍ ଓ କୋଭିଡ୍ କେୟାର ସେଣ୍ଟର ପ୍ରସ୍ତୁତ କରିବା ପାଇଁ ସମସ୍ତ ଶିଳ୍ପ ସଂସ୍ଥା ଓ କଂପାନୀ ମାନଙ୍କ ସହିତ ଆଲୋଚନା କରିବାକୁ ଅତିରିକ୍ତ ଜିଲ୍ଲାପାଳ ଡଃ କାହ୍ନୁ ଚରଣ ଧୀରଙ୍କୁ ପରାମର୍ଶ ଦେଇଥିଲେ ।

ଜିଲ୍ଲାପାଳଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ଡଃ କାହ୍ନୁ ଚରଣ ଧୀର, କୋଭିଡ୍ ହସ୍‌ପିଟାଲର ଚିକିତ୍ସକ ଡା.ବି.କେ.ରାଉତ, କୁଜଙ୍ଗ ବି.ଡି.ଓ, ନିର୍ବାହୀ ଅଧିକାରୀ ପୈାର ପରିଷଦ ପ୍ରମୁଖ ଉପସ୍ଥିତ ଥିଲେ ।

କୋଭିଡ ମୁକାବିଲା ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026

ଖୋଲା ସ୍ଥାନରେ ନମାଜ କରିବାକୁ ମନା!: ବଡ଼ ନିଷ୍ପତ୍ତି ନେଲୀ UAE

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.