
ଭୁବନେଶ୍ବର, ରାଜ୍ୟରେ ଆଜି ପ୍ଲାଜମା ଥେରାପି ଉଦଘାଟିତ ହୋଇଛି। କଟକ ଏସସିବି ମେଡିକାଲରେ ପ୍ଲାଜମା ଥେରାପିକୁ ଉଦଘାଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ ଏହାକୁ ଉଦଘାଟନ କରିଛନ୍ତି। ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କରୋନା ବିରୋଧୀ ଆମ ଲଢେଇରେ ପ୍ଲାଜମା ଥେରାପି ଏକ ଉପାଦେୟ ଅସ୍ତ୍ର ହେବ।
ଓଡ଼ିଶାରେ କୌଣସି ଜଣେ ବ୍ୟକ୍ତି ବି ମେଡିକାଲ ସୁବିଧାରୁ ବଞ୍ଚିତ ହେବେନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ରାଜ୍ୟବାସୀଙ୍କୁ ପ୍ଲାଜମା ଥେରାପି ମାଗଣାରେ ଯୋଗାଇ ଦିଆଯିବ। ସବୁ କରୋନା ଆରୋଗ୍ୟଙ୍କୁ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।