ଜମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର : ତିନି ଆତଙ୍କୀ ନିହତ

Published: Jul 17, 2020, 10:05 am IST

ଜମ୍ମୁକାଶ୍ମୀର : ଗତ କିଛି ଦିନ ହେବ ସୁରକ୍ଷାବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ସଂଘର୍ଷ ଜାରି ରହିଛି । ଶୁକ୍ରବାର ସକାଳେ ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଜାମ୍ମୁ-କାଶ୍ମୀରର କୁଲଗାମ ଜିଲ୍ଲାର ନାଗନାଦ ଚିମ୍ମେର ଅଞ୍ଚଳରେ ଗୁଳି ବିନିମୟ ହୋଇଥିବା ନେଇ ସୂଚନା ମିଳିଛି । ଏହି ଏନକାଉଣ୍ଟରରେ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ମଧ୍ୟ ଉକ୍ତ ଅଞ୍ଚଳରେ ସୁରକ୍ଷାକର୍ମୀମାନେ ଅପରେସନ୍‌ ଜାରି ରଖିବାର ସୂଚନା ରହିଛି । ତେବେ  ମୃତ ଆତଙ୍କବାଦୀମାନଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ । ମିଳିଥିବା ସୂଚନା ଅନୁସାରେ ଗୁଇନ୍ଦା ରିପୋର୍ଟ ତରଫରୁ ନାଗନାଦ ଚିମ୍ମେର ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ମିଳିଥିଲା। ଏହାପରେ ସେନାବାହିନୀ ସମେତ ସିଆରପିଏଫ୍ ଯବାନ ସେହି ଅଞ୍ଚଳକୁ ଘେରି ଯାଇଥିଲେ। ଏହା ପରେ ସର୍ଚ୍ଚ ଅପରେସନ୍ ଚଳାଇଥିଲେ। ଲୁଚି ରହିଥିବା ଆତଙ୍କବାଦୀମାନେ ପ୍ରଥମେ ଗୁଳି ବର୍ଷଣ କରିଥିଲେ । ଜବାବରେ ସୁରକ୍ଷାକର୍ମୀମାନେ ମଧ୍ୟ ସେମାନଙ୍କ ଉପରକୁ ଗୁଳି ଚାଳନା କରିଥିଲେ। (ଏଜେନ୍ସି)

Related posts