Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 4 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 83କୁ ବୃଦ୍ଧି
ଆଜିର ଖବର

ଆଜି 4 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 83କୁ ବୃଦ୍ଧି

July 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ପୁଣି 4 ଜଣଙ୍କ ମୁଣ୍ଡ ନେଇଛି କରୋନା ।  ମୃତକଙ୍କ ମଧ୍ୟରେ ଗଞ୍ଜାମରୁ 2 ଜଣ ଥିବାବେଳେ ଗଜପତି ଓ ଅନୁଗୁଳରୁ ଜଣେ ଲେଖାଏଁ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି ।

ଆଜି ଗଞ୍ଜାମରୁ ଦୁଇ ଜଣ ମୃତ୍ୟୁ ହୋଇଥିବାବେଳେ ଗଞ୍ଜାମରେ ମୃତକଙ୍କ ସଂଖ୍ୟା 50କୁ ବୃଦ୍ଧି ହୋଇଥିବାବେଳେ ରାଜ୍ୟରେ ମୃତକଙ୍କ ସଂଖ୍ୟା 83କୁ ବୃଦ୍ଧି ହୋଇଛି ।

ଗଞ୍ଜାମରେ ମୃତ୍ୟୁବରଣ କରିଥିବା ମୃତକଙ୍କ ମଧ୍ୟରେ ଜଣେ 57 ବର୍ଷୀୟ ପୁରୁଷ ଥିବାବେଳେ ସେ ଡାଇବେଟିସ୍‌ରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି । ସେହିପରି ଅନ୍ୟ ଆକ୍ରାନ୍ତ ଜଣକ 60 ବର୍ଷୀୟ ପୁରୁଷ ହୋଇଥିବାବେଳେ ସେ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ ।

ଅନୁଗୁଳ ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତ ଜଣକ ବୟସ 66 ବର୍ଷ ବୋଲି ଜଣାପଡିଥିବାବେଳେ ସେ ନ୍ୟୁରୋଏଣ୍ଡ୍ରୋକ୍ରାଇନ୍‌ ଟ୍ୟୁମୋରରେ ପୀଡ଼ିତ ଥିଲେ ।  ସେହିପରି ଗଜପତି ଜିଲ୍ଲାରୁ କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଜଣଙ୍କ ବୟସ 56 ବର୍ଷ । ସେ ଡାଇବେଟିସ୍‌ ସହିତ ହୃଦ୍‌ ରୋଗରେ ପୀଡ଼ିତଥିଲେ ।

ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବା ସଂଖ୍ୟା 26କୁ ବୃଦ୍ଧି ହୋଇଛି ।

ସେହିପରି ଆଜି ଆଉ ଦୁଇଜଣ କରୋନାରେ ଆକ୍ରାନ୍ତ ହୋଇ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏହି ଦୁଇ ମୃତକଙ୍କ ମଧ୍ୟରେ ଜଣେ ଯାଜପୁରର 62 ବର୍ଷୀୟା ମହିଳା ରହିଛନ୍ତି । ଅନ୍ୟ ଜଣେ ଭଦ୍ରକର 55 ବର୍ଷୀୟ ପୁରୁଷ ରହିଛନ୍ତି ।

 

anugul corona death Gajapati gunjam
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026
Latest News

୧୧ ନୂଆ ଅନ୍ତର୍ଜାତୀୟ ବନ୍ଦର ପାଇଁ ଅଧିସୂଚନା ଜାରି

August 11, 2026

ଲୋକସଭାରେ ସମ୍ବଲପୁରୀ ହସ୍ତତନ୍ତ ଓ ଅନନ୍ୟ ଐତିହ୍ୟ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ

August 11, 2026

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.