Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢାଖୋଲରେ କରୋନା ଗୋଷ୍ଠୀ ସଂକ୍ରମଣର ଆଶଙ୍କା: ଦୁଇ ଦିନରେ ୧୯ କରୋନା ପଜିଟିଭ; ଜିଲ୍ଲାପାଳ କଲେ ସମୀକ୍ଷା
ଆଜିର ଖବର

ରେଢାଖୋଲରେ କରୋନା ଗୋଷ୍ଠୀ ସଂକ୍ରମଣର ଆଶଙ୍କା: ଦୁଇ ଦିନରେ ୧୯ କରୋନା ପଜିଟିଭ; ଜିଲ୍ଲାପାଳ କଲେ ସମୀକ୍ଷା

July 19, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ରେଢାଖୋଲରେ ଦୁଇ ଦିନରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଅଂଚଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟିହୋଇଛି। ଦିନକୁ ଦିନ ଅଂଚଳ ସଙ୍ଗୀନ ହୋଇ ପଡିଛି। ଜିଲ୍ଲାପାଳ ରେଢାଖୋଲ ଗସ୍ତରେ ଆସି ସମୀକ୍ଷା କରି ଫେରିଯାଇଛନ୍ତି।

ଗତକାଲି ଆଉ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣା ପଡିଛି। ରେଢାଖୋଲରେ ଗୋଷ୍ଠି ସଂକ୍ରମଣର ଆଶଙ୍କା କରି ରେଢାଖୋଲ ସହରର କଇଥ ସାହି , ଗଣେଶ ନଗର , ନୂଆଁ ସାହି ଓ କୁହି ଗ୍ରାମକୁ କଂଟେନମେଂଟ୍ ଜୋନ୍ ଭାବରେ ଘୋଷଣା କରାଯାଇଛି। ସମ୍ବଲପୁର ଜିଲ୍ଲାପାଳ ସୁଭମ୍ ସାକସେନା ରେଢାଖୋଲ ଡାକ୍ତରଖାନା ବୁଲି ଅଧିକାରୀମାନଙ୍କୁ ଏହାର କଡାମୁକାବିଲା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ଜିଲ୍ଲାପାଳ ସମେତ ରେଢାଖୋଲ ସବ୍‌ଡିଭିଜନର ବିଭିନ୍ନ ପଦାଧିକାରୀ ଯୋଗଦେଇଥିଲେ। ଗତ୧୮ ତାରିଖରେ ରେଢାଖୋଲରେ ୫ଜଣ ପୁରୁଷ ଓ ୭ ଜଣ ମହିଳା କରୋନା ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ସୂଚନା ଯୋଗ୍ୟ ଯେ- ଗତ ୧୭ ତାରିଖରେ ରେଢାଖୋଲ ଏନ୍‌ଏସିର ଜଣେ କର୍ମଚାରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ରେଢାଖୋଲ ଡାକ୍ତରଖାନାର ୧୦୮ ର ଜଣେ କର୍ମଚାରୀ, ରେଢାଖୋଲର ଜଣେ ୧୨ ବର୍ଷର ବାଳକ , , ରେଢାଖୋଲର ଜଣେ ସ୍ଥାନୀୟ ବାସିନ୍ଦା ଥିବା ଜଣା ପଡିଥିଲା। ଠିକ୍ ସେଇ ପରି ରେଢାଖୋଲ ଡାକ୍ତରଖାନାରେ ଚିକିତ୍ସା ହେଉଥିବା ରେଢାଖୋଲ ବ୍ଲକ୍ ର ୨ ଜଣ ଥିବା ବେଳେ ନାକଟିଦେଉଳ ବ୍ଲକ ଡଇଁଚା ପଂଚାୟତର ଗୋପାଳପୁର ଜଣେ କରୋନା ରୋଗୀଥିବା ସରକାରୀ ସୂତ୍ରରୁ ଜଣାପଡିଥିଲା। ସେମାନଙ୍କୁ କୋଭିଡ୍ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା।

ରେଢାଖୋଲ ଅଂଚଳରେ ଦୁଇ ଦିନରେ ୧୯ ଜଣ କରୋନା ରୋଗୀ ଚିହ୍ନଟ ହେବା ପରେ ଅଂଚଳରେ ଗୋଷ୍ଠିସଂକ୍ରମଣର ଆଶଙ୍କା କରାଯାଇଛି। ଲୋକମାନେ ସଚେତନ ହେବାର ସମୟ ଆସିଛି। ଏବେଠୁ ରେଢାଖୋଲ ଅଂଚଳର ଲୋକମାନେ ସଚେତନ ନ ହେଲେ ଏହା ଗୋଷ୍ଠୀ ସଂକ୍ରମଣର ଆଶଙ୍କା ହେବାର ସଂଭାବନା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରର ଜରୁରୀକାଳୀନ ଅବତରଣ

August 11, 2026

ତ୍ରିରଙ୍ଗା ଯାତ୍ରାରେ ଛାତ୍ରଛାତ୍ରୀଙ୍କୁ ସାମିଲ ନେଇ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା କଂଗ୍ରେସ

August 11, 2026

Ram Nath Kovind: ପୂର୍ବତନ ରାଷ୍ଟ୍ରପତିଙ୍କ ଆତ୍ମଜୀବନୀ ପୁସ୍ତକକୁ ଉନମୋଚନ କରିବେ ପ୍ରଧାନମନ୍ତ୍ରୀ

August 11, 2026

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ସମ୍ମିଳନୀ: ବିଶ୍ୱ ଶିକ୍ଷା ମଞ୍ଚରେ ଓଡ଼ିଶାର ନୂଆ ପରିଚୟ

August 11, 2026
Latest News

ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରର ଜରୁରୀକାଳୀନ ଅବତରଣ

August 11, 2026

ତ୍ରିରଙ୍ଗା ଯାତ୍ରାରେ ଛାତ୍ରଛାତ୍ରୀଙ୍କୁ ସାମିଲ ନେଇ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା କଂଗ୍ରେସ

August 11, 2026

Ram Nath Kovind: ପୂର୍ବତନ ରାଷ୍ଟ୍ରପତିଙ୍କ ଆତ୍ମଜୀବନୀ ପୁସ୍ତକକୁ ଉନମୋଚନ କରିବେ ପ୍ରଧାନମନ୍ତ୍ରୀ

August 11, 2026

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ସମ୍ମିଳନୀ: ବିଶ୍ୱ ଶିକ୍ଷା ମଞ୍ଚରେ ଓଡ଼ିଶାର ନୂଆ ପରିଚୟ

August 11, 2026

୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ହାଇ ଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର ଜାରି କଲା ପୋଲିସ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.