Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ଗୋଷ୍ଠୀ ସଂକ୍ରମଣ ! ପଞ୍ଚାୟତ ଅଫିସ୍‌ରେ ଭୋଜି ହେଲା କାଳ
ଆଜିର ଖବର

ଚିଲିକାରେ ଗୋଷ୍ଠୀ ସଂକ୍ରମଣ ! ପଞ୍ଚାୟତ ଅଫିସ୍‌ରେ ଭୋଜି ହେଲା କାଳ

July 19, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ଚିଲିକା : ରାଜ୍ୟରେ କରୋନା ସ୍ଥିତି ଏବେ ବେଶ୍‌ ଗମ୍ଭୀର ରହିଛି । ବିଶେଷ କରି ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରେ ସ୍ଥାନୀୟ ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି । ଏହା ମଧ୍ୟରେ ବିଶ୍ବସ୍ତ ସୂତ୍ରରୁ ମିଳିଥିବା ଏକ ସୂଚନାକୁ ତର୍ଜମା କଲେ ସ୍ଥାନୀୟ ଅଞ୍ଚଳରେ ଗୋଷ୍ଠୀ ସଂକ୍ରମଣ ହେବାର ଆଶଙ୍କା ଦେଖାଯାଇଛି ।

ବଡକୁଳ ପଞ୍ଚାୟତ ଅଫିସରେ ଡୁଙ୍ଗମାଳ ପଞ୍ଚାୟତର ପୂର୍ବତନ ପିଇଓଙ୍କ ବିଦାୟକାଳୀନ ଭୋଜି ଯୋଗୁଁ ଚିଲିକା ଅଞ୍ଚଳରେ ଗୋଷ୍ଠୀ ସଂକ୍ରମଣ ହୋଇଥିବାର ଆଶଙ୍କା କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଗତ ୩୧ ତାରିଖରେ ବଡକୁଳ-ଡୁଙ୍ଗମାଳ ପଞ୍ଚାୟତ ଅଫିସ୍‌ରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିଦାୟକାଳୀନ ଭୋଜିରେ ପ୍ରାୟ ୫୦ ଜଣ ଲୋକ ସାମିଲ୍‌ ହୋଇଥିଲେ । ଏହି ଭୋଜିରେ ସାମିଲ୍‌ ହୋଇଥିବା ଡୁଙ୍ଗମାଳ ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧିଙ୍କର ଗତ ୬ ତାରିଖରେ ପଜିଟିଭ୍‌ ରିପୋର୍ଟ ମିଳିବା ପରେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯାଇଥିଲା । ସେ ଯୋଗ ଦେଇଥିବା ଉକ୍ତ ପଞ୍ଚାୟତ ଅଫିସ୍‌ ଭୋଜିରେ ପ୍ରାୟ ୩୯ ଜଣଙ୍କର ସ୍ବାବ୍‌ ଟେଷ୍ଟ କରାଯାଇଥିଲା । ଆଜି ସେହି ୩୯ ଜଣଙ୍କ ମଧ୍ୟରୁ ୮ ଜଣଙ୍କ ରିପୋର୍ଟ ପିଜିଟିଭ୍‌ ଆସିଥିବାର ସୂଚନା ମିଳିଛି ।  ଏହି ଆଠ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ, ଜିଆରଏସ୍‌, ଓ୍ବାର୍ଡ ମେମ୍ବର ଏବଂ ସ୍ଥାନୀୟ ବ୍ୟକ୍ତି ଥିବାର ସୂଚନା ମିଳିଛି । ସେହିପରି ପାଞ୍ଚଜଣ ଆକ୍ରାନ୍ତଙ୍କ ମଧ୍ୟରେ ବାଲୁଗାଁ ଏନଏସିରୁ ଦୁଇଜଣ ରହିଥିବାସ୍ଥଳେ ଆଙ୍କୁଲା ପଞ୍ଚାୟତରୁ ଦୁଇଜଣ ଓ ହରିପୁର ପଞ୍ଚାୟତରୁ ଜଣେ ରହିଥିବାର ସୂଚନା ମିଳିଛି । ଆଜି ଚିଲିକା ବ୍ଲକ ଓ ବାଲୁଗାଁ ଏନଏସିରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଥାଉକି, ଗତକାଲି ବାଲୁଗାଁ ମାଛ ମାର୍କେଟ୍‌ରୁ ଜଣେ ବ୍ୟବସାୟୀ ପଜିଟିଭ୍ ଚିହ୍ନଟ ହେବା ପରେ ବାଲୁଗାଁ ମାଛ ମାର୍କେଟ୍‌କୁ ସାତ ଦିନ ପାଇଁ ସିଲ୍‌ କରାଯାଇଛି । ଅପରପକ୍ଷରେ ଅଧିକ ସଂକ୍ରମଣ ଥିବା ୪ଟି ଜିଲ୍ଲା ଗୋଟିଏ ମହାନଗର ନିଗମକୁ ରାଜ୍ୟ ସରକାର ଆସନ୍ତା ଜୁଲାଇ ୩୧ ପର୍ଯ୍ୟନ୍ତ ସଟ୍‌ଡାଉନ୍‌ର ଘୋଷଣା କରିଛନ୍ତି । ଏହି ଚାରୋଟି ଜିଲ୍ଲା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ରହିଛି । ସୂଚନାଯୋଗ୍ୟ ଖୋର୍ଦ୍ଧା ଜିଲ୍ଲାରେ ସ୍ଥାନୀୟ ସଂକ୍ରମଣକୁ ଦେଖି ସରକାର କଡା ପଦକ୍ଷେପମାନ ଗ୍ରହଣ କରୁଥିବାବେଳେ ପଞ୍ଚାୟତ ସ୍ତରରେ ଚାଲିଥିବା ଭୋଜିଭାତ ଯୋଗୁଁ ସଂକ୍ରମଣ ବ୍ୟାପିବାକୁ ନେଇ ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ ବୃଦ୍ଧି କରିଚାଲିଛି । ପଞ୍ଚାୟତ ସ୍ତରରେ ସଟ୍‌ଡାଉନ୍‌ ତଥା ଲକ୍‌ଡାଉନ୍‌ ନିୟମକୁ ଆହୁରି କଡାକଡି କରାଯିବା ନେଇ ବୁଦ୍ଧିଜୀବୀମାନେ ଦାବି କରିବା ସହି ପୋଲିସ୍‌ ପାଟ୍ରୋଲିଂକୁ ଅଧିକ କଡାକଡି କରିବା ପାଇଁ ଦାବି କରିଛନ୍ତି ।

ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରର ଜରୁରୀକାଳୀନ ଅବତରଣ

August 11, 2026

ତ୍ରିରଙ୍ଗା ଯାତ୍ରାରେ ଛାତ୍ରଛାତ୍ରୀଙ୍କୁ ସାମିଲ ନେଇ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା କଂଗ୍ରେସ

August 11, 2026

Ram Nath Kovind: ପୂର୍ବତନ ରାଷ୍ଟ୍ରପତିଙ୍କ ଆତ୍ମଜୀବନୀ ପୁସ୍ତକକୁ ଉନମୋଚନ କରିବେ ପ୍ରଧାନମନ୍ତ୍ରୀ

August 11, 2026

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ସମ୍ମିଳନୀ: ବିଶ୍ୱ ଶିକ୍ଷା ମଞ୍ଚରେ ଓଡ଼ିଶାର ନୂଆ ପରିଚୟ

August 11, 2026
Latest News

ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରର ଜରୁରୀକାଳୀନ ଅବତରଣ

August 11, 2026

ତ୍ରିରଙ୍ଗା ଯାତ୍ରାରେ ଛାତ୍ରଛାତ୍ରୀଙ୍କୁ ସାମିଲ ନେଇ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା କଂଗ୍ରେସ

August 11, 2026

Ram Nath Kovind: ପୂର୍ବତନ ରାଷ୍ଟ୍ରପତିଙ୍କ ଆତ୍ମଜୀବନୀ ପୁସ୍ତକକୁ ଉନମୋଚନ କରିବେ ପ୍ରଧାନମନ୍ତ୍ରୀ

August 11, 2026

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ସମ୍ମିଳନୀ: ବିଶ୍ୱ ଶିକ୍ଷା ମଞ୍ଚରେ ଓଡ଼ିଶାର ନୂଆ ପରିଚୟ

August 11, 2026

୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ହାଇ ଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର ଜାରି କଲା ପୋଲିସ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.