ଆଜି ରାଜ୍ୟରୁ 673 ପଜିଟିଭ୍‌ ଚିହ୍ନଟ, 18 ହଜାର ଡେଇଁଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

Published: Jul 20, 2020, 10:46 am IST

ଭୁବନେଶ୍ବର : ରାଜ୍ୟରେ ଆଜି 673 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 446ଜଣ ଚିହ୍ନଟ ହୋଇଥିବାବେଳେ 227ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 18 ହଜାର 110କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 5ହଜାର 533ଜଣ । ସେହିପରି ସୁସ୍ଥ ହୋଇଛନ୍ତି 12 ହଜାର452 ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 91ଜଣ । ସେହିପରି 28 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Related posts