Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଯୋଧ୍ୟାରେ ରାମ ମନ୍ଦିର ପାଇଁ ଦାନରେ ମିଳିଲା ୩୪ କିଲୋ ଓଜନର ସୁନା ଇଟା
ଆଜିର ଖବର

ଅଯୋଧ୍ୟାରେ ରାମ ମନ୍ଦିର ପାଇଁ ଦାନରେ ମିଳିଲା ୩୪ କିଲୋ ଓଜନର ସୁନା ଇଟା

July 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଅଯୋଧ୍ୟାରେ ପ୍ରସ୍ତାବିତ ରାମ ମନ୍ଦିର ନିର୍ମାଣ ପାଇଁ ସବୁ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ଆସନ୍ତା ଅଗଷ୍ଚ ୩ କିମ୍ବା ୫ ତରିଖରେ ହୋଇପାରେ। ଏଥିସହିତ ମନ୍ଦିର ନିର୍ମାଣ ପାଇଁ ଦାନ ମିଳିବା ଆରମ୍ଭ ହୋଇଯାଇଛି। ଇଣ୍ଡିଆନ୍‌ ବୁଲିଅନ୍‌ ଜୁଏଲର୍ସ ଆସୋସିଏସନର ମଙ୍ଗଳବାର ଦିନ ମନ୍ଦିର ଟ୍ରଷ୍ଟ ମୁଖ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କୁ ପ୍ରାୟ ୩୪ କିଲୋଗ୍ରାମ ଓଜନ ବିଶିଷ୍ଟ ସୁନାର ଇଟା ଦାନ କରିଛନ୍ତି।

ମନ୍ଦିର ଆକାର ଏବଂ ଡିଜାଇନ୍‌କୁ ପରିବର୍ତ୍ତନ କରିବା ପାଇଁ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷର ସବୁଜ ସଙ୍କେତ ମିଳିଛି। ଅଯୋଧ୍ୟାରେ ପ୍ରସ୍ତାବିତ ରାମ ମନ୍ଦିର ଯଦି ନୂଆ ଆକାର ଓ ଡିଜାଇନ୍‌ରେ ନିର୍ମାଣ ହୁଏ ତେବେ ଏହା ବିଶ୍ୱର ଅନ୍ୟତମ ବୃହତ୍ତମ ହିନ୍ଦୁ ମନ୍ଦିର ହେବ।

ନୂଆ ଆକାର ଏବଂ ଡିଜାଇନ୍‌ ଅନୁଯାୟୀ, ମନ୍ଦିରର ଓସାର ୧୪୦ ଫୁଟରୁ ୨୭୦- ୨୮୦ ଫୁଟକୁ ବୃଦ୍ଧି ହେବାର ସମ୍ଭାବନା ଅଛି । ସେହିପରି ମନ୍ଦିର ଲମ୍ବ ୨୬୮ରୁ ୨୮୦-୩୦୦ ଫୁଟକୁ ବୃଦ୍ଧି ହୋଇପାରେ। ଏଥିସହିତ ମନ୍ଦିରର ଉଚ୍ଚତା ୧୨୮ ଫୁଟ ରହିଥିବା ବେଳେ ଏହା ୧୬୧ ଫୁଟକୁ ବୃଦ୍ଧି କରାଯାଇପାରେ।

ଏହି ପ୍ରକଳ୍ପର ମୁଖ୍ୟ ନିର୍ମାତା ଚନ୍ଦ୍ରକାନ୍ତ ସୋମପୁରାଙ୍କ ପୁଅ ସ୍ଥପତି ନିଖିଲ ସୋମପୁରା ଏବଂ ଆଶିଷ ସୋମପୁରା ମନ୍ଦିରର ପରିବର୍ତ୍ତିତ ନୂଆ ନକ୍ସା ପ୍ରସ୍ତୁତ କରିବେ। ମନ୍ଦିରର ନୂଆ ନକ୍ସା ଆଙ୍କିଲା ବେଳେ ମୌଳିକ ନକ୍ସାରେ କୌଣସି ପରିବର୍ତ୍ତନ କରିବେ ନାହିଁ ବୋଲି ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ଉତ୍ତରାଧିକାରୀ ମହନ୍ତ କମଲ ନୟନ ଦାସ କହିଛନ୍ତି।

ayodhya Ram Temple
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.