Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»24 ଘଣ୍ଟାରେ ରେକର୍ଡ 28 ହଜାର 472 ରୋଗୀ ସୁସ୍ଥ, ଜାଣନ୍ତୁ ପୂରା ତଥ୍ୟ
ଆଜିର ଖବର

24 ଘଣ୍ଟାରେ ରେକର୍ଡ 28 ହଜାର 472 ରୋଗୀ ସୁସ୍ଥ, ଜାଣନ୍ତୁ ପୂରା ତଥ୍ୟ

July 22, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ବର୍ତ୍ତମାନ ସୁଦ୍ଧା ଦେଶରେ 7.5 ଲକ୍ଷରୁ ଅଧିକ କୋଭିଡ ରୋଗୀ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର 63 ପ୍ରତିଶତ ଅତିକ୍ରମ କରିଛି। 19ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଆରୋଗ୍ୟ ହାର 63.13 ପ୍ରତିଶତରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ତଥ୍ୟ ଦିଆଯାଇଛି।

ଗୋଟିଏ ଦିନରେ ସର୍ବାଧିକ 28,472 ଜଣ ରୋଗୀ ଆରୋଗ୍ୟ ହୋଇଛନ୍ତି। ଏହା ଗତ 24 ଘଣ୍ଟା ମଧ୍ୟରେ କୋଭିଡ-19 ସଂକ୍ରମଣରୁ ଆରୋଗ୍ୟ ହୋଇ ଘରକୁ ଫେରିଥିବା ସର୍ବୋଚ୍ଚ ସଂଖ୍ୟା। ଏହା ସହିତ ସମୁଦାୟ ଆରୋଗ୍ୟ ରୋଗୀଙ୍କ ସଂଖ୍ୟା 7,53,049ରେ ପହଞ୍ଚିଛି। ଏହା ସୁସ୍ଥତା ହାର 63.13%କୁ ବୃଦ୍ଧି କରିଛି।

କ୍ରମାଗତ ଭାବରେ ବୃଦ୍ଧି ପାଇଥିବା ଆରୋଗ୍ୟ ଓ ସକ୍ରିୟଙ୍କ ସଂଖ୍ୟା (ଆଜି 4,11,133) ମଧ୍ୟରେ ପାର୍ଥକ୍ୟ ସଂଖ୍ୟା 3,41,916କୁ ବୃଦ୍ଧି ପାଇଛି । ଏହି ପାର୍ଥକ୍ୟ ଧୀରେ ଧୀରେ ବୃଦ୍ଧି ପାଉଥିବା ଧାରାକୁ ଦର୍ଶାଉଛି।

ଜାତୀୟ ସୁସ୍ଥତା ହାରରେ ଉନ୍ନତି ଆସିଥିବାବେଳେ, 19ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ସେମାନଙ୍କ ଆରୋଗ୍ୟ ହାର ଜାତୀୟ ହାର ତୁଳନାରେ ଅଧିକ ଥିବା ଦର୍ଶାଯାଇଛି।

ଆରୋଗ୍ୟ ରୋଗୀଙ୍କ ସଂଖ୍ୟାରେ କ୍ରମାଗତ ବୃଦ୍ଧି ଏବଂ ସକ୍ରିୟ ଓ ସୁସ୍ଥ ରୋଗୀଙ୍କ ମଧ୍ୟରେ ବୃଦ୍ଧି ପାଉଥିବା ପାର୍ଥକ୍ୟ, କେନ୍ଦ୍ର ତଥା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ କରାଯାଇଥିବା ରଣନୀତିର ଫଳାଫଳ। ଘରକୁ ଘର ସର୍ବେକ୍ଷଣ, ଚିହ୍ନଟ, ପ୍ରଭାବଶାଳୀ ଆବଦ୍ଧାଞ୍ଚଳ ଯୋଜନା, ଅସୁରକ୍ଷିତ ଜନତାଙ୍କ ସ୍କ୍ରିନିଂ ଏବଂ ବ୍ୟାପକ ପରୀକ୍ଷଣ ମାଧ୍ୟମରେ ପ୍ରାଥମିକ ଚିହ୍ନଟ ଉପରେ ଧ୍ୟାନ ଦିଆଯାଉଛି। ତ୍ରିସ୍ତରୀୟ ସ୍ୱାସ୍ଥ୍ୟ ଭିତ୍ତିଭୂମି ଏବଂ ଉତ୍ତମ ରୂପେ କାର୍ଯ୍ୟକ୍ଷମ ହୋଇଥିବା ଷ୍ଟାଣ୍ଡାର୍ଡ ଅଫ କେୟାର ପ୍ରୋଟୋକଲ ହସ୍ପିଟାଲଗୁଡିକରେ ପ୍ରଭାବୀ ଚିକିତ୍ସା ଏବଂ ଘରୋଇ ଏକାନ୍ତବାସକୁ ସହାୟତା କରିଛି।

ଏମ୍ସ, ନୂଆଦିଲ୍ଲୀ ସହିତ ସେଣ୍ଟର୍ସ ଅଫ ଏକ୍ସଲେନ୍ସ ଅଫ ଷ୍ଟେଟସ / ୟୁଟିସି ଆଇସିୟୁ ରୋଗୀଙ୍କ ଚିକିତ୍ସା ତଥା ଗୁରୁତ୍ଵପୂର୍ଣ ଚିକିତ୍ସାକୁ ବଢାଇ ଦେଇଛନ୍ତି, ଯାହା ଦ୍ଵାରା ଭାରତରେ ମୃତ୍ୟୁ ହାର ହ୍ରାସ ପାଇଛି। ଏମ୍ସର ଇ-ଆଇସିୟୁ କାର୍ଯ୍ୟକ୍ରମ ହେଉଛି କେନ୍ଦ୍ର-ରାଜ୍ୟ ସହଯୋଗର ଆଉ ଏକ ଉପାୟ ଯାହା ମୃତ୍ୟୁହାର ହ୍ରାସ କରିବାକୁ ଲକ୍ଷ୍ୟ ରଖିଛି। ସପ୍ତାହରେ ଦୁଇଥର ଆୟୋଜିତ ଏହି ଟେଲି-ପରାମର୍ଶ ଅଧିବେଶନଗୁଡ଼ିକ ଆଇସିୟୁ ରୋଗୀଙ୍କ ଚିକିତ୍ସା ପରିଚାଳନାରେ ଡୋମେନ ବିଶେଷଜ୍ଞଙ୍କ ସହଭାଗୀ ଅଭିଜ୍ଞତା ଏବଂ ବୈଷୟିକ ପରାମର୍ଶ ମାଧ୍ୟମରେ ରାଜ୍ୟଗୁଡିକର ବଡ କୋଭିଡ-19 ଡାକ୍ତରଖାନାଗୁଡ଼ିକୁ ପରାମର୍ଶ ଦେଇଛନ୍ତି ଏବଂ ସମର୍ଥନ କରିଛନ୍ତି। ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କ ଉତ୍ସର୍ଗୀକୃତ ପ୍ରୟାସ ଦ୍ୱାରା ମୃତ୍ୟୁହାର କ୍ରମାଗତ ଭାବରେ ହ୍ରାସ ପାଉଛି, ଯାହା ବର୍ତ୍ତମାନ 2.41%ରେ ରହିଛି।

newdelhi PIB
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026
Latest News

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.