Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁମ୍ବାଇରେ ଫୁଟ୍‌ ଓଭରବ୍ରିଜ ଭୁଶୁଡି ୬ ମୃତ, ୩୦ ଆହତ
ଆଜିର ଖବର

ମୁମ୍ବାଇରେ ଫୁଟ୍‌ ଓଭରବ୍ରିଜ ଭୁଶୁଡି ୬ ମୃତ, ୩୦ ଆହତ

March 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
foot over bridge collapsed in mumbai
foot over bridge collapsed in mumbai

ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଟର୍ମିନସ୍‌ ରେଳଷ୍ଟେଶନ ନିକଟରେ ଥିବା ଏକ ଫୁଟ୍‌ ଓଭରବ୍ରିଜ ଭୁଶୁଡ଼ି ପଡ଼ିବାରୁ ୨ ମହିଳାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି ଓ ଅନ୍ୟ  ୩୦ ଜଣ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମ କର୍ମଚାରୀ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସାମିଲ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ସେଣ୍ଟ ଜର୍ଜ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଗତକାଲି  ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ଏହା ଭୁଶୁଡ଼ି ପଡ଼ିଥିଲା। ଛତ୍ରପତି ଶିବାଜୀ ମହାରାଜ୍ ଟର୍ମିନସ୍‌ ରେଲୱେ ଷ୍ଟେସନ୍‌ରୁ ଟାଇମ୍ସ ଅଫ୍ ଇଣ୍ଡିଆ ବିଲ୍ଡିଂ ନିକଟରେ ଥିବା ବିଟି ଲେନ୍‌କୁ ଏହି ଫୁଟ୍‌ ଓଭରବ୍ରିଜ୍‌ ସଂଯୋଗ କରୁଥିଲା। ବ୍ରିଜ୍‌ଟି ୧୯୮୪ ମସିହାରେ ନିର୍ମାଣ କରାଯାଇଥିଲା।  ଫୁଟ୍‌ ଓଭରବ୍ରିଜ୍ ଭୁଶୁଡ଼ିବା ପରେ ରେଲୱେ ଓ ବିଏମ୍‌ସି ଅଧିକାରୀଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହୋଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭିସ୍ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।  ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍‌ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ  ଓ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ଆହତମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମଧ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

mumbai thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.