Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଳିଆ ଯୋଜନାରେ ଭୁଲ ହିତାଧିକାରୀ ଚିହ୍ନଟକାରୀ ଅଧିକାରୀଙ୍କ ଠାରୁ ଟଙ୍କା ଆଦାୟ କର,ଗରିବ ଚାଷୀଙ୍କ ଠାରୁ ନୁହେଁ-ନିରଞ୍ଜନ ପଟ୍ଟନାୟକ
ଆଜିର ଖବର

କାଳିଆ ଯୋଜନାରେ ଭୁଲ ହିତାଧିକାରୀ ଚିହ୍ନଟକାରୀ ଅଧିକାରୀଙ୍କ ଠାରୁ ଟଙ୍କା ଆଦାୟ କର,ଗରିବ ଚାଷୀଙ୍କ ଠାରୁ ନୁହେଁ-ନିରଞ୍ଜନ ପଟ୍ଟନାୟକ

July 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୨୦୧୯ ରେ ଭୋଟ ନେବା ପାଇଁ ବାହାନା କରି କାଳିଆ ଯୋଜନା ମାଧ୍ୟମରେ​ ଦିଆଯାଇଥିବା ଟଙ୍କା  କରୋନା ଦୁର୍ଦ୍ଦିନ ସମୟରେ ଫେରସ୍ତ ଦେବାକୁ ନୋଟିସ ଦେବା ସାଧାରଣ ଜନତାଙ୍କ ପାଇଁ ବେଡି ଉପରେ କୋରଡା ସଦୃଶ ବୋଲି ଓଡିଶା ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ଏହି କାଳିଆ ଯୋଜନା ଟଙ୍କା ଦେବାପାଇଁ ହିତାଧିକାରୀ ଚିହ୍ନଟ ପ୍ରକ୍ରିୟାରେ ଭୁଲ ତଥ୍ୟ ଦେବାଯୋଗୁଁ ଅଯୋଗ୍ୟ ହିତାଧିକାରୀ ଟଙ୍କା ପାଇଲେ। ଏଣୁ ଭୁଲ ତଥ୍ୟ ଦେଇଥିବା ଅଧିକାରୀଙ୍କ ଠାରୁ ସରକାର ଏହି ଟଙ୍କା ଅସୁଲ କରିବା ଆବଶ୍ୟକ। ସରକାରଙ୍କର କୋଭିଡ ପରିଚାଳନାକୁ ରାଜ୍ୟ କଂଗ୍ରେସ ତରଫରୁ ସହଯୋଗ କରାଯାଇ ଅନେକ ଗୁଡିଏ ପ୍ରସ୍ତାବ ଦିଆଯାଇଥିଲା, କିନ୍ତୁ ସରକାର ସେ ସବୁ ପ୍ରସ୍ତାବ କୁ ଗୁରୁତ୍ଵ ଦେଲେ ନାହିଁ। ଫଳରେ ଆଜି ସାରା ରାଜ୍ୟରେ କରୋନାର ବିଭୀଷିକା ମାଡିଗଲାଣି। ତଥାପି ସରକାର ଚେତୁ ନାହାନ୍ତି। ଭୁବନେଶ୍ୱରରେ ଯାହା ନିଷ୍ପତ୍ତି ହେଉଛି ତାହା ଗ୍ରାମାଞ୍ଚଳରେ କାର୍ଯ୍ୟକାରୀ ହୋଇପାରୁନାହିଁ। ଫଳରେ ରାଜ୍ୟର ଗରିବ ଜନସାଧାରଣ ଧୀରେ ଧୀରେ ଅନାହାର ଆଡକୁ ଗତି କରୁଥିବା ପରିଲିଖିତ ହେଉଛି। ଏବେ ବି ସମୟ ଅଛି, ଯଦି ସରକାର ଉଚିତ ପଦକ୍ଷେପ ନ ନିଅନ୍ତି ରାଜ୍ୟବାସୀଙ୍କର​ ନା ରହିବ ଜୀବନ ନା ଜୀବିକା ବୋଲି ଶ୍ରୀ ପଟ୍ଟନାୟକ ଚେତାବନୀ ଦେଇଛନ୍ତି।

କାଳିଆ ଯୋଜନା ନିରଞ୍ଜନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026
Latest News

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.