ରାଜ୍ୟରୁ ଆଜି 1068 ପଜିଟିଭ୍‌ ଚିହ୍ନଟ: ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 19 ହଜାର ଡେଇଁଲା

Published: Jul 29, 2020, 10:23 am IST

ଭୁବନେଶ୍ବର : ରାଜ୍ୟରେ ଆଜି 1068 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 662ଜଣ ଚିହ୍ନଟ ହୋଇଥିବାବେଳେ 406ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 29ହଜାର 175କୁ ବୃଦ୍ଧି ହୋଇଛି। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 10ହଜାର 920ଜଣ। ସେହିପରି ସୁସ୍ଥ ହୋଇଛନ୍ତି 18ହଜାର60ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 154ଜଣ। ସେହିପରି 35 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

Related posts