Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଅଗ୍ନିଶମ ବିଭାଗକୁ ଛୁଇଁଲା କରୋନା: ଆଜି ଚିଲିକା ନିର୍ବାଚନ ମଣ୍ଡଳୀରୁ ୪୦ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ବାଣପୁର ଅଗ୍ନିଶମ ବିଭାଗକୁ ଛୁଇଁଲା କରୋନା: ଆଜି ଚିଲିକା ନିର୍ବାଚନ ମଣ୍ଡଳୀରୁ ୪୦ ଆକ୍ରାନ୍ତ ଚିହ୍ନଟ

July 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର / ବାଲୁଗାଁ: ଆଜି ଚିଲିକା ନିର୍ବାଚନ ମଣ୍ଡଳୀରୁ ୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଦୁର୍ଭାଗ୍ୟର ବିଷୟ ଯେ ଏହି ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ କରୋନା ଯୋଦ୍ଧା ରହିଛନ୍ତି। ମିଳିଥିବା ସୂଚନା ଅନୁସାରେ ବାଣପୁରର ଦୁଇ ଅଗ୍ନିଶମ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ତେବେ ଏନେଇ ଆମ ପ୍ରତିନିଧି  ଖୋର୍ଦ୍ଧା ସହକାରୀ ଅଗ୍ନିଶମ ଅଧିକାରୀ ଶରତ ଚନ୍ଦ୍ର ମଲ୍ଲିକଙ୍କ ସହ ଯୋଗାଯୋଗ କରିଥିବାସ୍ଥଳେ ସେ ସରକାରୀ ନିର୍ଦ୍ଦେଶାନୁଯାୟୀ ବିହିତ ପଦକ୍ଷେପ ନେବେ ବୋଲି ସୂଚନା ଦେଇଛନ୍ତି।

ସାଧାରଣତଃ ଯେଉଁଠାରେ କରୋନା ଆକ୍ରାନ୍ତ ଚିହ୍ନଟ ହୁଅନ୍ତି ପ୍ରଥମେ ଅଗ୍ନିଶମ କର୍ମଚାରୀଙ୍କ ଦ୍ବାରା ସେହି ଅଞ୍ଚଳକୁ ବିଶୋଧନ କରାଯାଇଥାଏ। ଦିନ ରାତି ଏକ କରି ଏହି କର୍ମଚାରୀମାନେ କରୋନା ଲଢେଇରେ ନିଜ ଜୀବନକୁ ବାଜି ଲଗାଉଥିବାବେଳେ ଏହି ଯୋଦ୍ଧାମାନେ କରୋନାରେ ଆକ୍ରାନ୍ତ ହେବା ଫଳରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ବାଣପୁର ଏବଂ ଚିଲିକାରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଅଗ୍ନିଶମ କର୍ମଚାରୀ ପ୍ରତିଦିନ ଅକ୍ଲାନ୍ତ ପରିଶ୍ରମ କରି ବିଭିନ୍ନ ଗ୍ରାମ ଏବଂ ଏନ.ଏ.ସି ର ୱାର୍ଡ କୁ ବିଶୋଧନ କରିଆସୁଛନ୍ତି। ସେହିପରି ସ୍ଥଳେ ଆଜି ଅଗ୍ନିଶମ କର୍ମଚାରୀ କରୋନା ଆକ୍ରାନ୍ତ ହେବା ବିଡମ୍ବନାର ବିଷୟ। ଆଜି  ଚିଲିକା ବ୍ଲକ ଓ ବାଲୁଗାଁ ଏନଏସିରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ଥଳେ ବାଣପୁର ଏନଏସି ଓ ବାଣପୁର ବ୍ଲକରୁ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସ୍ଥାନୀୟ ସଂକ୍ରମଣ ବଢୁଥିବାବେଳେ ବାଣପୁର ଓ ଚିଲିକାରେ ମଧ୍ୟ ଲୋକାଲ୍‌ କେସ୍‌ ବଢୁଛି। ବିଶେଷ କରି ଗତ କିଛିଦିନ ହେଲା ବାଣପୁର ଏବଂ ବାଲୁଗାଁ ଏନ.ଏ.ସି ରେ କରୋନା ସ୍ଥାନୀୟ ସଂକ୍ରମଣ ବଢ଼ୁଥିବାରୁ ସହରବାସୀ ଭୟଭୀତ ହୋଇପଡିଛନ୍ତି। ବାଣପୁର ଓ ବାଲୁଗାଁ ସହରବାସୀ ଉଭୟ ସହରକୁ କିଛିଦିନ ପାଇଁ ସଟ୍‌ଡାଉନ୍‌ କରି ଲକ୍ଷଣ ଥିବା ବ୍ୟକ୍ତିମାନଙ୍କର ରାପିଡ଼ ଟେଷ୍ଟ କରାଇବାପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛନ୍ତି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026
Latest News

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.