Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୦ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ: ରାଜନୈତିକ ଚାପରେ ମାମଲାକୁ ରଫାଦଫା ଉଦ୍ୟମ
ଆଜିର ଖବର

୧୦ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ: ରାଜନୈତିକ ଚାପରେ ମାମଲାକୁ ରଫାଦଫା ଉଦ୍ୟମ

July 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Minor Rape. (File Photo: IANS)

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଶେରଗଡ଼ ବ୍ଲକ୍ ନରେନ୍ଦ୍ରପୁର ଗ୍ରାମରେ ଜଣେ ୧୦ ବର୍ଷୀୟ ନାବାଳିକା ଝିଅକୁ ଦୁଷ୍କର୍ମ ଘଟିଛି। ଏହି ସମ୍ବେଦନଶୀଳ ଘଟଣା ଗ୍ରାମରେ ପ୍ରଚାର ହେଲାପରେ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ଅଭିଯୁକ୍ତକୁ ଗୋଟିଏ କଠୋରୀରେ ବନ୍ଦ କରି ହିଂଜିଳି ଥାନାକୁ ଖବର ଦେଇଥିଲେ। ଥାନାଧିକାରୀ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ କରାଯିବ କହି ଅଭିଯୁକ୍ତଙ୍କୁ ଥାନାକୁ ନେଇଥିଲେ। କିନ୍ତୁ ଅଭିଯୁକ୍ତ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀର ଶାସକଦଳର ଜଣେ ଟାଣୁଆ ଯୁବନେତା ହୋଇଥିବାରୁ କିଛି ସମୟରେ ଉପର ମହଲରୁ ପ୍ରବଳ ଚାପ ହୋଇ ରଫାଦଫା କରିବା ପାଇଁ ସମସ୍ତ ଉଦ୍ୟମ ଆରମ୍ଭ ହୋଇଯାଇଛି।

କରୋନା ମହାମାରୀ ସମୟରେ ଏପରି ଘଟଣା ପ୍ରଘଟ ହେଲେ ରାଜନୈତିକ ହଟଚମଟ ସୃଷ୍ଟି ହେବା ସହ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନରେ ଆଞ୍ଚ ଆସିବ, ସେଥିପାଇଁ ଗାଁରେ ବର୍ତ୍ତମାନ ହୁଇପ୍ ଜାରି ହୋଇଛି। ଅଭିଯୁକ୍ତଙ୍କଠାରୁ ମୋଟା ଅଙ୍କରେ ଫାଇନ୍ ଆଦାୟ ହେବ କିନ୍ତୁ କେସ ହେବ ନାହିଁ। ଏହିଭଳି ସମ୍ବେଦନଶୀଳ ଘଟଣାରେ ପୋଲିସ୍ ଓ ଆମ ବ୍ୟବସ୍ଥା ଜଣେ ୧୦ ବର୍ଷର ପୀଡ଼ିତାଙ୍କୁ ଯଦି ନ୍ୟାୟ ପ୍ରଦାନ କରିପାରିବ ନାହିଁ ତେବେ ସାଧାରଣ ଲୋକଙ୍କ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରୁ ଆସ୍ଥା ତୁଟିଯିବ। ପୀଡ଼ିତାଙ୍କ ପରିବାର ପ୍ରତି ଅନ୍ୟାୟ ହେବ। ଏଭଳି ସ୍ପର୍ଶକାତର ଘଟଣାକୁ ହାଲୁକା ଭାବେ ନନେଇ ତୁରନ୍ତ ଅଭିଯୁକ୍ତ ଏବଂ ରାଜନୈତିକ ଚାପ ସୃଷ୍ଟି କରୁଥିବା ବ୍ୟକ୍ତିମାନଙ୍କୁ ଗିରଫ କରିବା, ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ପ୍ରଦାନ କରିବା ପାଇଁ ସିପିଆଇ(ଏମ୍‌ଏଲ୍‌) ରେଡ଼ଷ୍ଟାର ଗଂଜାମ ଜିଲ୍ଲା ସଂପାଦକ ଶଙ୍କର ସାହୁ ମାନ୍ୟବର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଡ଼ିଜିପି ପୋଲିସ୍‌, ଜିଲ୍ଲାପାଳ ଏବଂ ଜିଲ୍ଲା ପୋଲିସ୍ ଆରକ୍ଷୀ ଅଧିକ୍ଷକଙ୍କୁ ଟୁଇଟ୍ ମାଧ୍ୟମରେ ଦୃଷ୍ଟି ଆକର୍ଷଣ କରିଛନ୍ତି।

berhampur minor girl Odisha rape
Share. Facebook Twitter LinkedIn Email WhatsApp Copy Link

Related Posts

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026
Latest News

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.