ରାଜ୍ୟରେ 30 ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ଆଜି ରାଜ୍ୟରୁ 1203 ପଜିଟିଭ୍‌ ଚିହ୍ନଟ

Published: Jul 30, 2020, 10:07 am IST

ଭୁବନେଶ୍ବର : ରାଜ୍ୟରେ ଆଜି 1203 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 758ଜଣ ଚିହ୍ନଟ ହୋଇଥିବାବେଳେ 445ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 30ହଜାର 378କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 11ହଜାର 235ଜଣ । ସେହିପରି ସୁସ୍ଥ ହୋଇଛନ୍ତି 18ହଜାର938ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 159ଜଣ । ସେହିପରି 36 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Related posts