Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ଉତ୍କଳ ଗୌରବ ମଧୁସୂଦନ ଓ ରବିନ୍ଦ୍ର ମଣ୍ଡପରେ ନାଟ୍ୟକାର ଅସୀମ ବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
ଆଜିର ଖବର

କଟକରେ ଉତ୍କଳ ଗୌରବ ମଧୁସୂଦନ ଓ ରବିନ୍ଦ୍ର ମଣ୍ଡପରେ ନାଟ୍ୟକାର ଅସୀମ ବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

July 30, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
କଟକରେ ଉତ୍କଳ ଗୌରବ ମଧୁସୂଦନ ଓ ରବିନ୍ଦ୍ର ମଣ୍ଡପରେ ନାଟ୍ୟକାର ଅସୀମ ବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

ଭୁବନେଶ୍ୱର : ଆଜି ପୂର୍ବାହ୍ନରେ ଉତ୍କଳ ଗୌରବ ମଧୁସୂଦନ ଦାସ ଓ ନାଟ୍ୟକାର ଅସୀମ ବସୁଙ୍କ ପୂର୍ଣ୍ଣାବାୟବ ପ୍ରତିମୂର୍ତ୍ତିର ଅନାବରଣ କରାଯାଇଛି । ଭୁବନେଶ୍ୱରସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷଠାରେ ଏହି କାର୍ଯ୍ୟକ୍ରମକୁ ଭର୍ଚୁଆଲ ଭାବେ ଆୟୋଜନ କରାଯାଇଥିଲା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହି ପ୍ରତିମୂର୍ତ୍ତିଗୁଡିକୁ ସୁଇଚ୍‌ ଟିପି ଅନାବରଣ କରିଥିଲେ।

ଏହି ଅବସରରେ ଭିଡିଓ ବାର୍ତ୍ତା ଦେଇ ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ କହିଥିଲେ ଯେ, ଉତ୍କଳ ଗୌରବ ମଧୁସୂଦନ ଓଡ଼ିଆ ଜାତିର ଅସ୍ମିତା ପାଇଁ ଯେଉଁ ତ୍ୟାଗ ଓ ସଂଘର୍ଷ କରିଯାଇଛନ୍ତି ତାକୁ କୌଣସି ଓଡିଆ କେବେ ବି ଭୁଲି ପାରିବ ନାହିଁ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଓ ଓଡ଼ିଆର ସ୍ୱାଭିମାନ ସକାଶେ ତାଙ୍କ ଅବଦାନ ଥିଲା ଅତୁଳନୀୟ। ସେହି ପରି ନାଟ୍ୟକାର, ନିର୍ଦ୍ଦେଶକ, ଲେଖକ ଶ୍ରୀ ଅସୀମ ବସୁ ଥିଲେ ଜଣେ ଲବ୍ଧ ପ୍ରତିଷ୍ଠ କଳାକାର । ଓଡ଼ିଆ ମଞ୍ଚ ନାଟକ ଓ ମଞ୍ଚ କଳାକୁ ସେ ଏକ ନୂତନ ଦିଗ ଦେଇ କଳା ଜଗତରେ ବେଶ୍‌ ସୁନାମ ଅର୍ଜନ କରି ପାରିଥିଲେ।

ଏହି ଦୁଇ ମହାନ୍‌ ବ୍ୟକ୍ତିତ୍ୱଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତା’ର ପ୍ରତିଶୃତି ରକ୍ଷା କରିଛି ବୋଲି କହିଥିଲେ । ଏହି ଦୁଇଟି ପ୍ରତିମୂର୍ତ୍ତି ମଧ୍ୟରୁ ମଧୁବାବୁଙ୍କ ପ୍ରତିମୂର୍ତ୍ତି କଟକ ବିଡାନାସୀ ନିକଟସ୍ଥ ମଧୁ-ସେତୁ ପାଖରେ ସ୍ଥାପିତ କରାଯାଇଥିବା ବେଳେ ଅସୀମ ବସୁଙ୍କ ପ୍ରତିମୂତ୍ତି ଭୁବନେଶ୍ୱରସ୍ଥିତ ରବିନ୍ଦ୍ର ମଣ୍ଡପ ପରିସରରେ ସ୍ଥପନ କରାଯାଇଛି ।

ଏହି ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ବିଭାଗୀୟ ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ ,ସଂସ୍କୃତି ନିର୍ଦ୍ଦେଶକ ବିଜୟ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ପରେ ମନ୍ତ୍ରୀ ପାଣିଗ୍ରାହୀ ମଧୁବାବୁଙ୍କ ପ୍ରତିମୂର୍ତ୍ତିର ମୂର୍ତ୍ତିକାର ଜୟନ୍ତ କୁମାର ଦାସ ଓ ଅସୀମ ବସୁଙ୍କ ପ୍ରତିମୂର୍ତ୍ତିର ମୂର୍ତ୍ତିକାର ସରୋଜ କୁମାର ଭଞ୍ଜକୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ୱର୍ଗତ ଅସୀମ ବସୁୁଙ୍କ ପତ୍ନୀ ଗୀତା ବସୁ, ଝିଅ ଅତସୀ ବସୁ ଓ ଭାସ୍ପତି ବସୁ ଏବଂ ପୁଅ ଗୌତମ ବସୁ ଉପସ୍ଥିତ ଥିଲେ।

ଅସୀମ ବସୁ ମଧୁସୂଦନ ଦାସ ରବିନ୍ଦ୍ର ମଣ୍ଡପ
Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026
Latest News

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

Independence Day 2026: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.