Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କୁ ଚାରୋଟି ପ୍ରସ୍ତାବ ଦେଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ
ଆଜିର ଖବର

କୋଭିଡ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କୁ ଚାରୋଟି ପ୍ରସ୍ତାବ ଦେଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ

July 31, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ଭୟାବହ ସ୍ଥିତିକୁ ଯାଉଛି। ଏହାକୁ ମୁକାବିଲା କରିବାକୁ ତୁରନ୍ତ ପଦକ୍ଷେପ ନିଆ ନଗଲେ, ଏହା ଗୋଷ୍ଠୀ ସଂକ୍ରମଣ ଆଡକୁ ଯିବାର ଯଥେଷ୍ଟ ଆଶଙ୍କା ଅଛି ବୋଲି କହିଛନ୍ତି ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖି ପିସିସି ସଭାପତି ଆଗାମୀ ଦିନରେ କିଛି ନିର୍ଦ୍ଦିଷ୍ଟ ପଦକ୍ଷେପ ପାଇଁ  କଂଗ୍ରେସ ଦଳ ତରଫରୁ ପ୍ରସ୍ତାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସରକାରର ମୁଖ୍ୟ ଭାବରେ ବିଭିନ୍ନ ରାଜନୈତିକ ଦଳ, ସାମାଜିକ ସଂଗଠନ, ଦୁର୍ବିପାକ ସହ ଲଢିବାର ଅଭିଜ୍ଞ ବ୍ୟକ୍ତିମାନଙ୍କ ସହ ଚର୍ଚ୍ଚା ଆଲୋଚନା କରି ଏହି ଅଭିଯାନକୁ ଏକ ସଫଳତାର ଦିଗରେ ଆଗକୁ ନେବାକୁ ଉଦ୍ୟମ କରିବେ  ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି।

ଶ୍ରୀ ପଟ୍ଟନାୟକ ନିର୍ଦ୍ଦିଷ୍ଟ ଭାବରେ ସରକାରଙ୍କୁ ଚାରୋଟି ପ୍ରସ୍ତାବ ଦେଇଛନ୍ତି-

୧. ଜଣେ ବ୍ୟକ୍ତି ଯିଏ ସରକାରୀ କୋଭିଡ୍ ଡାକ୍ତରଖାନାରେ ଚିକିତ୍ସିତ ହେବାକୁ ଚାହୁଁ ନାହିଁ, ତା’ ପାଇଁ ବି ବ୍ୟବସ୍ଥା ରହିବା ଆବଶ୍ୟକ। ତା’ର ଚିକିତ୍ସା ପ୍ରାପ୍ତ ହେବାର ଅଧିକାରକୁ ସୁରକ୍ଷା ଦିଆଯାଉ। ପ୍ରତି ବେସରକାରୀ ଓ କର୍ପୋରେଟ୍ ଡାକ୍ତରଖାନା ମାନଙ୍କର ୨୦ ପ୍ରତିଶତ ବେଡ, ପଇସା ଖର୍ଚ୍ଚ କରି ଭଲ ପରିବେଶରେ ଚିକିତ୍ସିତ ହେବାକୁ ଚାହୁଁଥିବା ବ୍ୟକ୍ତିମାନଙ୍କ ପାଇଁ ରଖାଯାଉ।

୨. ସ୍ୱାସ୍ଥ୍ୟକର୍ମୀମାନଙ୍କ ଦ୍ୱାରା ରାଜ୍ୟ ସାରା ଗୃହ ସର୍ବେକ୍ଷଣ କରାଯାଇ ପ୍ରତି ଘରେ ବା ବ୍ୟବସାୟ ପ୍ରତିଷ୍ଠାନ ମାନଙ୍କରେ ଥିବା ଆକ୍ରାନ୍ତଙ୍କୁ ଓ ସମାନ ଲକ୍ଷଣ ଦେଖାଯାଉଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଉ।

୩. ରାଜ୍ୟର କୋଭିଡ୍ ହସ୍ପିଟାଲର ସଂଖ୍ୟା ବଢାଯାଇ ମେଡିକାଲ ଇକ୍ୟୁପ୍‌ମେଂଟ ତଥା ଜୀବନ ରକ୍ଷାକରୀ ଇକ୍ୟୁପ୍‌ମେଂଟ ଗୁଡିକ ଯଥେଷ୍ଟ ସଂଖ୍ୟାରେ ମହଜୁଦ୍ ରଖାଯାଉ। କରୋନା ଯୋଦ୍ଧାମାନଙ୍କୁ ସୁରକ୍ଷା କିଟ୍ ଦେବା ବାଧ୍ୟତାମୂଳକ କରାଯାଉ।

୪. ରାଜ୍ୟରେ ପ୍ରତିଦିନ ଟେଷ୍ଟିଂର ସଂଖ୍ୟା ଅନ୍ୟୁନ ୨୫୦୦୦ କରାଯାଉ। କଂଟାକ୍ଟ ଟ୍ରେସିଙ୍ଗ ଗୁରୁତ୍ୱର ସହ କରାଯାଉ ଓ ଟେଷ୍ଟିଂ କରାଯାଉ। ଏକାଧିକ ସଂକ୍ରମଣ ଦେଖାଯାଇଥିବା ଅଂଚଳରେ ଏକ ନିର୍ଦ୍ଧିଷ୍ଟ ବ୍ୟାସାର୍ଦ୍ଧ ପରିମିିତ ଅଂଚଳରେ ଶହେ ପ୍ରତିଶତ ବ୍ୟକ୍ତିଙ୍କୁ ଟେଷ୍ଟ କରାଯାଉ। ସଂଗରୋଧ କେନ୍ଦ୍ର ଓ କୋଭିଡ୍ ହସ୍ପିଟାଲରୁ ଛାଡିବା ପୂର୍ବରୁ ସେମାନଙ୍କର ଟେଷ୍ଟ ବାଧ୍ୟତାମୂଳକ କରାଯାଉ।

ସର୍ବୋପରି ଏହି ଭୟଙ୍କର ସଂକ୍ରମଣରୁ ରାଜ୍ୟକୁ ରକ୍ଷାକରିବା ପାଇଁ ସରକାର ଖୋଲା ହୃଦୟରେ ବିଭିନ୍ନ ରାଜନୈତିକ ଦଳ ସହ ଆଲୋଚନା କରି ଆଗକୁ ନିଷ୍ପତି ନିଅନ୍ତୁ ଏବଂ ଏହାର ପରିଚାଳନା ଦାୟିତ୍ଵ ମୁଷ୍ଟିମେୟ ଅଧିକାରୀଙ୍କ ହାତରେ ଛାଡିନଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ  ପିସିସି ସଭାପତି  ଅନୁରୋଧ କରିଛନ୍ତି।

କୋଭିଡ ସଂକ୍ରମଣ ନିରଞ୍ଜନ ପଟ୍ଟନାୟକ ପିସିସି ସଭାପତି ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.