ନୂଆଦିଲ୍ଲୀ : ଦେଶରେ କରୋନା ଦିନକୁ ଦିନ ଭୟଙ୍କର ରୂପ ଗ୍ରହଣ କରିବାରେ ଲାଗିଛି । ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ବିଗତ 24 ଘଣ୍ଟା ମଧ୍ୟରେ 54 ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶନିବାର 54 ହଜାର 736କୁ ବୃଦ୍ଧି ହୋଇଛି । ନୂତନ ଆକ୍ରାନ୍ତକୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 17 ଲକ୍ଷ ଅତିକ୍ରମ କରିଛି । ବିଗତ 24 ଘଣ୍ଟା ମଧ୍ୟରେ 853ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ ସର୍ବମୋଟ ମୃତ୍ୟୁ ସଂଖ୍ୟା 37 ହଜାର 364ରେ ପହଞ୍ଚିଛି। ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 17ଲକ୍ଷ 50 ହଜାର 724 ରହିଥିବା ବେଳେ ଏହା ମଧ୍ୟରୁ 11 ଲକ୍ଷ 45 ହଜାର 630 ଜଣ ସୁସ୍ଥ ହୋଇଛନ୍ତି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 5 ଲକ୍ଷ 67 ହଜାର 730ରହିଛି । ମହାରାଷ୍ଟ୍ର ସର୍ବାଧିକ ପ୍ରଭାବିତ ରାଜ୍ୟ ରହିଥିବା ବେଳେ ତାମିଲନାଡୁ ଦ୍ୱିତୀୟ ସ୍ଥାନରେ ରହିଛି । ଦିଲ୍ଲୀକୁ ଚତୁର୍ଥ ସ୍ଥାନକୁ ଖସାଇ ଆନ୍ଧ୍ରପ୍ରଦେଶ ତୃତୀୟ ସ୍ଥାନରେ ପହଞ୍ଚିଛି । (ଏଜେନ୍ସି)