4ରୁ ଲଘୁଚାପ ବର୍ଷା : ବିଭିନ୍ନ ଜିଲ୍ଲା ପାଇଁ ଜାରି ହେଲା ୟେଲୋ ଓ୍ବାର୍ଣ୍ଣିଂ

Published: Aug 2, 2020, 3:58 pm IST

ଭୁବନେଶ୍ବର : ଆସନ୍ତା 4 ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବର ଆଜିଠାରୁ 5 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହି ସମୟରେ କେନ୍ଦୁଝର, ସୁନ୍ଦରଗଡ, ବଲାଙ୍ଗିର ଆଦି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନଇେ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।  ଆସନ୍ତା କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଉଛି- କୋରାପୁଟ, ମାଲକାନଗିରି, ସମ୍ବଲପୁର ଝାରସୁଗୁଡା, ବରଗଡ, ଦେବଗଡ, ବୌଦ୍ଧ , ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଜଗତସିଂହପୁର ।

Related posts