କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍‌ ଶାହାଙ୍କୁ କରୋନା

Published: Aug 2, 2020, 5:06 pm IST

ନୂଆଦିଲ୍ଲୀ : ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କୁ କରୋନା । ଅମିତ୍‌ ଶାହାଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋବ ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କରୋନା ଆକ୍ରାନ୍ତ ହୋଇଥିବା ନେଇ ନିଜେ ଗୃହମନ୍ତ୍ରୀ ଟୁଇଟରରେ ସୂଚନା ଦେଇଛନ୍ତି । ତାଙ୍କଠାରେ ପ୍ରାଥମିକ ଲକ୍ଷଣ ଦେଖାଯିବା ପରେ ସେ କରୋନା ଟେଷ୍ଟ କରାଇଥିଲେ ।  ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା ।

କରୋନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କରୋନା ଟେଷ୍ଟ କରିବା ସହ ଆଇସୋଲେସନ୍‌ରେ ରହିବାକୁ ନିବେଦନ କରିଛନ୍ତି ଶାହା ।

ସୂଚନାଯୋଗ୍ୟ, ଆଜି କରୋନାରେ ଉତ୍ତରପ୍ରଦେଶର ଜଣେ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । (ଏଜେନ୍ସି)

Related posts