Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କ ଜନ୍ମଦିନ, ୮୭ ବର୍ଷ ବୟସରେ କଲେ ପଦାର୍ପଣ
ଆଜିର ଖବର

ଆଜି ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କ ଜନ୍ମଦିନ, ୮୭ ବର୍ଷ ବୟସରେ କଲେ ପଦାର୍ପଣ

August 3, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
VIJAYAWADA, JULY 24 (UNI) Biswa Bhusan Harichandan administering the oath as Governor of Andhra Pradesh by Chief Justice of Andhra Pradesh High Court C Praveen Kumar at Raj Bhavan, in Vijayawada on Wednesday. UNI PHOTO-8u

ଭୁବନେଶ୍ବର, ଆଜି ୮୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ। ୧୯୩୪ ମସିହା ଅଗଷ୍ଟ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ବିଶ୍ବଭୂଷଣ । ଓଡିଶା ରାଜନୈତିକ ଇତିହାସରେ ସେ ହେଉଛନ୍ତି ଜଣେ ବେଶ୍ ପରିଚିତ ବ୍ୟକ୍ତିତ୍ବ। ଭାରତୀୟ ଜନସଂଘରୁ ରାଜନୈତିକ ଜୀବନ ଆରମ୍ଭ କରି ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ହେବା କିଛି ସହଜ କଥା ନୁହେଁ।

ବିଶ୍ବଭୂଷଣଙ୍କ ରାଜନୈତିକ ଜୀବନ ବେଶ ଲମ୍ବା। ସେ ପ୍ରଥମେ ୧୯୭୧ ମସିହାରେ ଭାରତୀୟ ଜନସଂଘରେ ସାମିଲ ହୋଇଥିଲେ।୧୯୭୭ ମସିହାରେ ଜନତା ପାର୍ଟି ଗଠନ ହେବା ପର୍ଯ୍ୟନ୍ତ ସେ ଜନସଂଘର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ରାଜ୍ୟ ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରିଥିଲେ । ୧୯୭୫ ମସିହାରେ ସେ ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ମିସା ଆଇନରେ ଗିରଫ ହୋଇ ଜେଲ ମଧ୍ୟ ଯାଇଥିଲେ । ସେ ୧୯୮୦ରୁ ୧୯୮୮ ମସିହା ପର୍ଯ୍ୟନ୍ତ ୮ ବର୍ଷ ଧରି ବିଜେପିର ରାଜ୍ୟ ସଭାପତି ରହିଥିଲେ । ପରେ ସେ ବିଜେପି ଛାଡ଼ି ଜନତା ପାର୍ଟିରେ ସାମିଲ ହୋଇଥିଲେ ମଧ୍ୟ ପୁଣିଥରେ ୧୯୯୬ ଏପ୍ରିଲ ମାସରେ ବିଜେପିକୁ ଫେରିଥିଲେ।

ବିଜୁ ପଟ୍ଟନାୟକଙ୍କ ସରକାରରେ ଶ୍ରୀ ହରିଚନ୍ଦନ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ରହିଥିଲେ। ସେ ଚିଲିକା ଏବଂ ଭୁବନେଶ୍ୱରରୁ ପାଞ୍ଚ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଦୁଇଥର ଜନତା ଦଳରୁ ଏବଂ ତିନି ଥର ବିଜେପିରୁ ନିର୍ବାଚିତ ହୋଇଛନ୍ତି। ଏହି ବରିଷ୍ଠ ବିଜେପି ନେତା ୨୦୦୪ ମସିହାରେ ବିଜେପି-ବିଜେଡି ମେଣ୍ଟ ସରକାରରେ ନବୀନ ପଟ୍ଟନାୟକ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ। ସେ ରାଜସ୍ୱ, ଆଇନ, ଶିଳ୍ପ ଏବଂ ଗ୍ରାମ୍ୟ ଉନ୍ନୟନ ଆଦି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି।

ରାଜନୀତି ବ୍ୟତୀତ ସାହିତ୍ୟରେ ବେଶ୍‌ ରୁଚି ରଖିଛନ୍ତି ଶ୍ରୀ ହରିଚନ୍ଦନ । ତାଙ୍କ ରଚିତ ପୁସ୍ତକଗୁଡ଼ିକ ମଧ୍ୟରେ ରହିଛି ‘ମାତୃଭାଷା’, ‘ଶେଷ ଝଲକ୍‌’, ‘ରାଣା ପ୍ରତାପ’, ‘ଅସ୍ତଶିଖା’ ଓ ‘ମାନସୀ’ ପ୍ରମୁଖ । ଲେଖାଲେଖିରେ ରୁଚି ରଖିଥିବା ବିଶ୍ୱଭୂଷଣ ପାଇକ ଆନ୍ଦୋଳନର ୨୦୦ ବର୍ଷ ପୂର୍ତ୍ତି ପାଳନ ପାଇଁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୩ ଅକ୍ଟୋବର ସୋମବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2025

ଦିନିକିଆ ଆନ୍ତର୍ଜାତୀୟ ଇତିହାସରେ ଗୋଟିଏ ମ୍ୟାଚ୍‌ରେ ସର୍ବାଧିକ ରନ୍ ଦେଇଥିବା ଶ୍ରେଷ୍ଠ ୭ ବୋଲର

October 12, 2025

ରାଜମାତା ବିଜୟାରାଜେ ସିନ୍ଧିଆଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

October 12, 2025

ସେଚେଲ୍ସ ରାଷ୍ଟ୍ରପତି ଭାବେ ଡକ୍ଟର ପାଟ୍ରିକ୍ ହର୍ମିନିଙ୍କ ବିଜୟରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 12, 2025
Latest News

ଆଜି ୧୩ ଅକ୍ଟୋବର ସୋମବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଖୋଲିଲା

October 13, 2025

ଦିନିକିଆ ଆନ୍ତର୍ଜାତୀୟ ଇତିହାସରେ ଗୋଟିଏ ମ୍ୟାଚ୍‌ରେ ସର୍ବାଧିକ ରନ୍ ଦେଇଥିବା ଶ୍ରେଷ୍ଠ ୭ ବୋଲର

October 12, 2025

ରାଜମାତା ବିଜୟାରାଜେ ସିନ୍ଧିଆଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

October 12, 2025

ସେଚେଲ୍ସ ରାଷ୍ଟ୍ରପତି ଭାବେ ଡକ୍ଟର ପାଟ୍ରିକ୍ ହର୍ମିନିଙ୍କ ବିଜୟରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 12, 2025

ବାମରାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ସାମ୍ବାଦିକ ସୁରକ୍ଷା ଆଇନ ଓ ପେନସନ ପାଇଁ ଦୃଢ଼ ଦାବି

October 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.